ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…

ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ ନବୀନ ଗଣମାଧ୍ୟମ ପ୍ରତିନିଧିଙ୍କ ଅନେକ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି। ଏଥିରେ ସେ ଭାଜପାକୁ କଡ଼ା ଟାର୍ଗେଟ୍‌ କରି କହିଛନ୍ତି, ଭାଜପା ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ଗତ ୬ ମାସ ଭିତରେ ଭାଜପା ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ୍‌ ବୃଦ୍ଧି। ଯାହା ଆମ ସରକାର ସମୟରେ ହୋଇ ନ ଥିଲା।

ନବୀନ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା କରିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ନବୀନଙ୍କୁ ଟାର୍ଗେଟ୍‌ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ମୁନ୍ଦାଏ ପହଞ୍ଚାଇ ପାରିଲେ ନାହିଁ, ସିଏ ପୁଣି କହୁଛନ୍ତି ମୋଦି ମିଛ କହୁଛନ୍ତି।

ପରେ ସାମ୍ବାଦିକମାନେ ନବୀନଙ୍କ ପରେ ବିଜେଡିର ମଙ୍ଗ କିଏ ଧରିବ ବୋଲି ପଚାରିଥିଲେ। ଉତ୍ତରରେ ନବୀନ କହିଛନ୍ତି, ମୁଁ ବହୁତ ଲମ୍ବା ସମୟ ଧରି ଅଛି, ମୋ’ପରେ କିଏ ହେବ ତାହା ମୁଁ ଏ ପର୍ଯ୍ୟନ୍ତ ଚିନ୍ତା କରିନି।

ଅନ୍ୟପକ୍ଷରେ ନବୀନଙ୍କ ପରେ ତାଙ୍କ ଭାଇଙ୍କ ପୁଅ ଅର୍ଥାତ ପୁତୁରା ଅରୁଣ ପଟ୍ଟନାୟକ ନବୀନଙ୍କ ପରେ ରାଜନୀତିରେ ଏଣ୍ଟ୍ରି ମାରିବେ ବୋଲି ଅନେକ ଚର୍ଚ୍ଚା ହେଉଛି। ତେବେ ଦେଖାଯାଉ ନବୀନଙ୍କ ପରେ କିଏ ବିଜେଡିର ମଙ୍ଗ ଧରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri