Posted inଖେଳ

କିଏ ସେହି ଆକାଶଦୀପ, ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ଡେବ୍ୟୁ କ୍ୟାପ୍‌

ରାଞ୍ଚି,୨୩।୨: ପ୍ରଥମ ଶ୍ରେଣୀ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରି ଆକାଶ ଦୀପ ଭାରତୀୟ ଟେଷ୍ଟ ଦଳରେ ସ୍ଥାନ ହାସଲ କରିଛନ୍ତି। ବଙ୍ଗଳା ପାଇଁ ପ୍ରଥମ ଶ୍ରେଣୀ ଖେଳିଥିବା ଆକାଶ ଦୀପ ରଣଜୀ ଟ୍ରଫି ୨୦୨୩-୨୪ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ କେରଳ ବିପକ୍ଷରେ ଶେଷ ରଣଜୀ ମ୍ୟାଚ ଖେଳିଥିଲେ। ଏଥିରେ ସେ ଗୋଟିଏ ଉଇକେଟ ନେଇଥିଲେ। ଏହାପୂର୍ବରୁ ଆକାଶ ଇଂଲଣ୍ଡ ଲାୟନ୍ସ ବିପକ୍ଷରେ ଇଣ୍ଡିଆ-ଏ ପାଇଁ ଖେଳୁଥିବା ଦେଖିବାକୁ ମିଳିଥିଲା। ଇଂଲଣ୍ଡ ଲାୟନ୍ସ ବିପକ୍ଷ ପ୍ରଥମ ମ୍ୟାଚରେ ଆକାଶ ୨ ଉଇକେଟ ନେଇଥିଲେ। ଏହା ପରେ ସେ ଇଂଲଣ୍ଡ ଲାୟନ୍ସ ବିପକ୍ଷ ଦ୍ୱିତୀୟ ମ୍ୟାଚରେ ୬ଟି ଏବଂ ତୃତୀୟରେ ୫ ଉଇକେଟ ନେଇଥିଲେ।
ଆକାଶ ଏପର୍ଯ୍ୟନ୍ତ ୩୦ଟି ପ୍ରଥମ ଶ୍ରେଣୀ, ୨୮ ତାଲିକା ଏ ଏବଂ ୪୧ ଟି-୨୦ ମ୍ୟାଚ ଖେଳିଛନ୍ତି। ୪୯ ପ୍ରଥମ ଶ୍ରେଣୀ ଇନିଂସରେ ବୋଲିଂ କରି ସେ ହାରାହାରି ୨୩.୫୮ରେ ୧୦୪ ଉଇକେଟ ନେଇଛନ୍ତି, ଏଥିରେ ତାଙ୍କ ମ୍ୟାଚ ଶ୍ରେଷ୍ଠ ୧୦/୧୧୨ ହୋଇଛି। ଏହା ବ୍ୟତୀତ ତାଲିକା-ଏ ମ୍ୟାଚର ୨୮ ଇନିଂସରେ ବୋଲିଂ କରୁଥିବାବେଳେ ଆକାଶ ହାରାହାରି ୨୪.୫୦ ଉଇକେଟ ନେଇଛନ୍ତି, ଏଥିରେ ତାଙ୍କର ଶ୍ରେଷ୍ଠ ସଂଖ୍ୟା ୩/୬ ରହିଛି। ଟି-୨୦ର ୪୧ ଇନିଂସରେ ବୋଲିଂ କରୁଥିବାବେଳେ ଆକାଶ ଦୀପ ହାରାହାରି ୨୨.୮୧ରେ ୪୮ ଉଇକେଟ ନେଇଥିଲେ। ଏଥିରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ୪/୩୫ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri