ନବ ଦାସଙ୍କ ହତ୍ୟା ପଛରେ କିଏ? ଅସଲ ମଞ୍ଜି କଥା କହିଦେଲେ କଂଗ୍ରେସ ନେତା, ରାଜନୀତିରେ ଚହଳ

ଭୁବନେଶ୍ୱର,୨୧।୧: ତତ୍‌କାଳୀନ କ୍ୟାବିନେଟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗତ ଏକ ସପ୍ତାହ ଧରି ନବଙ୍କ ହତ୍ୟାକାଣ୍ଡର ତଦନ୍ତ ଜନିତ ତ୍ରୁଟିର ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ଏହି ସମୟରେ ନବ ଦାସଙ୍କ ହତ୍ୟାକୁ ନେଇ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜାଙ୍କ ବିସ୍ଫୋରକ ବୟାନ ଦେଇଛନ୍ତି। ସାଲୁଜା କହିଛନ୍ତି, ହତ୍ୟା ପୂର୍ବରୁ ନବଙ୍କୁ କୋଲ ବ୍ଲକରୁ ଦୂରେଇ ରହିବାକୁ କୁହାଯାଇଥିଲା । ସେତେବେଳର ଏସ୍‌ପି ଓ ଜିଲାପାଳ ଦୂରେଇ ରହିବାକୁ କହିଥିଲେ। ଷଡ଼ଯନ୍ତ୍ର ପଛରେ କିଏ, CBI ତଦନ୍ତ ହେଲେ ୨ ଅଫିସର କହିପାରିବେ। ଏବେ ବି ମୁଁ ସିବିଆଇ ତଦନ୍ତ ହେଲେ ଷଡ଼ଯନ୍ତ୍ର ପଦାକୁ ଆସିପାରିବ କହୁଛି। ଗୋପାଳ ହତ୍ୟା କରିଥିଲା ନା କରାଯାଇଥିଲା ଜଣାପଡ଼ିବ। ସାଲୁଜା ଆହୁରି କହିଛନ୍ତି କି କୋଲ ବ୍ଲକରୁ ନବଙ୍କ ହତ୍ୟା ମାମଲାର ରହସ୍ୟ ଖୋଲିପାରେ।

ସୂଚନା ଅନୁସାରେ, ନବଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ ଆଉ ମାତ୍ର ଅଳ୍ପ ଦିନ ଥିବାବେଳେ ତାଙ୍କର ହତ୍ୟା ପଛର କାରଣ ଏବେବି ଅସ୍ପଷ୍ଟ ରହିଛି । ପରିବାର ସଦସ୍ୟଙ୍କ ଦ୍ୱାରା ସିବିଆଇ ତଦନ୍ତ ପାଇଁ ଦାବି କରାଯିବା ଓ ଏହାକୁ ନେଇ ରାଜନୀତିକ ବୟାନବାଜି ମଧ୍ୟରେ ଗଣମାଧ୍ୟମ ଜରିଆରେ କ୍ରାଇମବ୍ରାଞ୍ଚ ତଦନ୍ତରେ ହୋଇଥିବା ନାନାଦି ତ୍ରୁଟି ପଦାକୁ ଆସିବାରେ ଲାଗିଛି।

ଅନ୍ୟପଟେ ନବ ଦାସଙ୍କ ପୋଷାକକୁ ନେଇ ଏବେ ସାମନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ନବ ଦାସଙ୍କୁ ଗୁଳିମାଡ ସମୟର ପୋଷାକ ଜବତ ତାଲିକାରେ ନ ଥିବା କଥା ଅଭିଯୁକ୍ତ ଗୋପାଳଙ୍କ ଓକିଲ କହିଛନ୍ତି। ଓକିଲଙ୍କ କହିବାନୁସାରେ, ଭୁବନେଶ୍ବରର ଯେଉଁ ଘରୋଇ ମେଡିକାଲରେ ନବଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା, ସେଠାରୁ ଗାଏବ ହୋଇଛି ନବ ଦାସଙ୍କ ପିନ୍ଧା ପୋଷାକ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri