Posted inଖେଳ

ବିରାଟଙ୍କ ସଫଳତା ପଛରେ ଅଛନ୍ତି କିଏ ? କହିଲେ ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର…

ଇସଲାମାବାଦ,୭।୧୧ : ବିଶ୍ୱକପ ୨୦୨୩ ରେ ବିରାଟ କୋହଲିଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରହିଛି। ରବିବାର ଦିନ ବିଶ୍ୱକପ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ତାରକା ବ୍ୟାଟ୍ସମ୍ୟାନ ନିଜର ଏକଦିବସୀୟ କ୍ୟାରିୟରର ୪୯ ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ ରେକର୍ଡ ସହ ସମକ୍ଷକ ହୋଇଛନ୍ତି।

ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଅବଦୁଲ ରଜାକ କହିଛନ୍ତି ବିରାଟ କୋହଲିଙ୍କ ସଫଳତାରେ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କର ପ୍ରମୁଖ ଭୂମିକା ରହିଛି। ପାକିସ୍ତାନୀ ଟିଭି ଚ୍ୟାନେଲରେ ବିଶ୍ୱକପ ପ୍ୟାନେଲର ଏକ ଅଂଶ ଥିବା ରଜାକ ଥଟ୍ଟା କରି କହିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ସଫଳତା ପଛରେ ତାଙ୍କ ସ୍ତ୍ରୀ ଅଛନ୍ତି।

ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଅବଦୁଲ ରଜାକ ବିରାଟ କୋହଲିଙ୍କ ଫିଟନେସକୁ ପ୍ରଶଂସା କରିଥିଲେ ଏବଂ ପାକିସ୍ତାନୀ ଖେଳାଳିଙ୍କୁ ସମାଲୋଚନା କରିଥିଲେ।

ବିରାଟ କୋହଲି କାହିଁକି ଶ୍ରେଷ୍ଠ? ମୁଁ ଆପଣଙ୍କୁ କିଛି ବିସ୍ତୃତ ଭାବରେ କହିବି। ସମସ୍ତେ ପଚାରୁଛନ୍ତି କୋହଲି କିପରି ବିଶ୍ୱସ୍ତରର ଖେଳାଳି ହେଲେ। କିନ୍ତୁ ଆମର କୌଣସି ପାକିସ୍ତାନୀ ଖେଳାଳି ସେ କରୁଥିବା କଠିନ ପରିଶ୍ରମର ୧୦ ପ୍ରତିଶତ ମଧ୍ୟ କରନ୍ତି ନାହିଁ। ତାଙ୍କର ଫିଟନେସକୁ ଦେଖନ୍ତୁ। ସେ ଯେଉଁଭଳି ଭାବରେ ଦୌଡ଼ନ୍ତି ତାହା ଅବିଶ୍ୱାସନୀୟ। ଦୁଇ ରନକୁ ତିନି ରନରେ କିପରି ପରିଣତ କରିବେ ସେ ଜାଣନ୍ତି ।

ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ମହମ୍ମଦ ଆମିର ମଧ୍ୟ ଏହି ପ୍ୟାନେଲର ଏକ ଅଂଶ ଥିଲେ। ସେ କହିଛନ୍ତି ଯଦି ବିରାଟ କୋହଲି ଜିମ୍ବାୱେ, ନେଦରଲାଣ୍ଡ ଏବଂ ନେପାଳ ଭଳି ଦଳ ବିପକ୍ଷରେ ମ୍ୟାଚ ଖେଳିଥାନ୍ତେ, ତେବେ ସେ ବର୍ତ୍ତମାନ ପର୍ଯ୍ୟନ୍ତ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗି ସାରିଥାନ୍ତେ। ଏହା ସହିତ ଆମିର ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ କଡ଼ା ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri