Posted inଜାତୀୟ

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ ପରିବର୍ତ୍ତନ । ପ୍ରାୟ ୧୧ ବର୍ଷ ଧରି ଭାଜପା ଆଇଟି ସେଲ୍‌ର ଦାୟିତ୍ୱରେ ଥିବା ଅମିତ ମାଲବୀୟଙ୍କୁ ଏହି ପଦରୁ ହଟାଇ ତାଙ୍କ ସ୍ଥାନରେ ଦୀପକ ମହସ୍କେଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ପ୍ରୀତି ଗାନ୍ଧୀଙ୍କୁ ଆଇଟି ସେଲ୍‌ର ସହ-ସଂଯୋଜକ ଭାବେ ନିଯୁକ୍ତ କରାଯାଇଛି । ଅମିତ ମାଲବୀୟ ୨୦୧୫ ମସିହାରୁ ଭାଜପା ଆଇଟି ସେଲ୍‌ର ଜାତୀୟ ସଂଯୋଜକ ଭାବେ କାର୍ଯ୍ୟ କରୁଥିଲେ ।

ଦୀପକ ମହସ୍କେ ଛତିଶଗଡ଼ ସହ ଜଡ଼ିତ ଭାଜପା ନେତା। ସେ ପୂର୍ବରୁ ଦଳର ଜାତୀୟ ମୁଖପାତ୍ର ଭାବେ ମଧ୍ୟ କାମ କରିଛନ୍ତି । ସାଙ୍ଗଠନିକ କାର୍ଯ୍ୟକ୍ରମ ଓ ମିଡିଆ କାର୍ଯ୍ୟକଳାପରେ ସେ ସକ୍ରିୟ ରହିଛନ୍ତି । ନିକଟ ଅତୀତରେ ତାଙ୍କୁ ଛତିଶଗଡ଼ ମେଡିକାଲ ସର୍ଭିସେସ୍ କର୍ପୋରେସନ୍‌ (CGMSC)ର ଅଧ୍ୟକ୍ଷ ମଧ୍ୟ କରାଯାଇଥିଲା। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଯଦି ଦେଖିବା ନୂଆ ଟିମ୍‌ରେ ମହିଳା ପ୍ରତିନିଧିତ୍ୱ ପ୍ରାୟ ୫୦ ପ୍ରତିଶତରେ ପହଞ୍ଚିଛି ।

ନୂଆ ଟିମ୍‌ର ମହାସଚିବ ତାଲିକାରେ ସ୍ମୃତି ଇରାନୀ, ବିପ୍ଲବ କୁମାର ଦେବ, ହରିଶ ଦ୍ୱିବେଦୀ, ବିନୋଦ ତାୱଡେ, ସୁନୀଲ ବଂସଲ, ସତୀଶ ପୁନିଆ, ଗଜେନ୍ଦ୍ର ପଟେଲ ଓ ସଞ୍ଜୟ ଭାଟିଆଙ୍କୁ ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି । ବିଶେଷ କଥା ହେଉଛି, ୮ ଜଣ ମହାସଚିବଙ୍କ ମଧ୍ୟରୁ ୨ ଜଣ ଉତ୍ତରପ୍ରଦେଶର ନେତା ଅଛନ୍ତି । ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?