Posted inଜାତୀୟ

ପ୍ରଥମ ଥର ପାଇଁ ବିଧାୟକ, ଏବେ ମୁଖ୍ୟମନ୍ତ୍ରୀ… ଜାଣନ୍ତୁ ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କିଏ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସମସ୍ତ କଳ୍ପନାଜଳ୍ପନାକୁ ପଛରେ ପକାଇ, ଭାଜପା ଜଣେ ମହିଳା ମୁହଁ ଉପରେ ବାଜି ଲଗାଇଛି ଏବଂ ବୈଶ୍ୟ ସମ୍ପ୍ରଦାୟରୁ ଆସିଥିବା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଏବେ ଗୁରୁବାର ସେ ରାମଲୀଳା ମଇଦାନରେ ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ।

ରେଖା ଗୁପ୍ତା ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ପାଠପଢ଼ିଛନ୍ତି ଏବଂ କଲେଜ ସମୟରୁ ଅଖିଳ ଭାରତୀୟ ଛାତ୍ର ପରିଷଦ (ABVP) ସହିତ ଜଡିତ ଅଛନ୍ତି। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ (DUSU)ର ସଭାପତି ଏବଂ ସମ୍ପାଦକ ପଦ ପାଇଁ ନିର୍ବାଚନରେ ​​ମଧ୍ୟ ବିଜୟୀ ହୋଇଥିଲେ। ଏହା ବ୍ୟତୀତ ସେ ତିନିଥର ଦିଲ୍ଲୀ ମ୍ୟୁନିସିପାଲ୍ କର୍ପୋରେସନରେ କାଉନସିଲର ରହିସାରିଛନ୍ତି। ସେ ଶାଲିମାର ବାଗ ଆସନରୁ ଆପ ପ୍ରାର୍ଥୀ ବନ୍ଦନା କୁମାରୀଙ୍କୁ 30 ହଜାର ଭୋଟରେ ପରାସ୍ତ କରିଛନ୍ତି।

ରେଖାଙ୍କ ଜନ୍ମ ୧୯୭୪ ମସିହାରେ ହରିୟାଣାର ଜୁଲାନାରେ ହୋଇଥିଲା। ଭାରତୀୟ ଷ୍ଟେଟ ବ୍ୟାଙ୍କରେ ତାଙ୍କ ବାପା ନିଯୁକ୍ତି ପାଇବା ପରେ ଦିଲ୍ଲୀକୁ ଚାଲିଆସିଥିଲେ। ଟ୍ୱେଥାପି ଏବେ ତାଙ୍କ ପରିବାର ଜୁଲାନାରେ ବ୍ୟବସାୟ କରୁଛନ୍ତି। ଦିଲ୍ଲୀ ସଂଲଗ୍ନ ହରିୟାଣାରୁ ହୋଇଥିବାରୁ, ରେଖା ଗୁପ୍ତା ତାଙ୍କ ନିଜ ରାଜ୍ୟକୁ ବାରମ୍ବାର ଯାଆନ୍ତି।

ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ ଉପାଧ୍ୟକ୍ଷା, ଅଛି ଆରଏସଏସର ଲିଙ୍କ

ବିଧାୟକ ହେବା ପୂର୍ବରୁ ରେଖା ଗୁପ୍ତା ଭାଜପାର ସାଂଗଠନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି। ସେ ଭାଜପା ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ ଦିଲ୍ଲୀ ବିଜେପିରେ ସାଧାରଣ ସମ୍ପାଦକ ପଦବୀରେ ଅଛନ୍ତି। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଦୌଲତ ରାମ କଲେଜରୁ ପାଠପଢ଼ିଥିବା ରେଖା ଗୁପ୍ତାଙ୍କ ପାଖରେ ଏମ.ଏ ଏବଂ ଏମ.ବି.ଏ ଡିଗ୍ରୀ ଅଛି। ବିଶେଷ କଥା ହେଉଛି ସେ ଦୀର୍ଘ ସମୟ ଧରି ଆରଏସଏସର ସକ୍ରିୟ ସଦସ୍ୟ ଅଛନ୍ତି ଏବଂ ସଂଘର କାର୍ଯ୍ୟକ୍ରମରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri