Posted inଖେଳ

କିଏ ସେହି ଦେବଦତ୍ତ ପଡିକ୍କଲ, ଯାହାଙ୍କୁ ମିଳିଲା ଇଂଲଣ୍ଡ ଡେବ୍ୟୁ କରିବାର ସୁଯୋଗ

ଧର୍ମଶାଳା,୭।୩: ଧର୍ମଶାଳାରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଦେବଦତ୍ତ ପଡ୍ଡିକଲ ଭାରତ ପାଇଁ ଟେଷ୍ଟ ଡେବ୍ୟୁ କରିଥିଲେ। ନିଜର ୧୦୦ ତମ ଟେଷ୍ଟ ଖେଳିଥିବା ରବିଚନ୍ଦ୍ରନ ଅଶ୍ୱିନ ପଡିକ୍କଲଙ୍କୁ ଡେବ୍ୟୁ କ୍ୟାପ ଦେଇଥିଲେ। ଏହାପୂର୍ବରୁ ରାଞ୍ଚିରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ଦ୍ରୁତ ବୋଲର ଆକାଶ ଦୀପ ଭାରତ ପାଇଁ ଟେଷ୍ଟ ଡେବ୍ୟୁ କରିଥିଲେ। ବର୍ତ୍ତମାନ ଦେବଦତ୍ତଙ୍କୁ ମଧ୍ୟ ଡେବ୍ୟୁ କରିବାର ସୁଯୋଗ ମିଳିଛି। ପଡ୍ଡିକଲ ଅନ୍ତର୍ଜାତୀୟ ଟି-୨୦ରେ ଭାରତ ପାଇଁ ଡେବ୍ୟୁ କରିଛନ୍ତି।
ଏହାପୂର୍ବରୁ ବାମହାତୀ ବ୍ୟାଟ୍ସମ୍ୟାନ ଜୁଲାଇ ୨୦୨୧ରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଟି-୨୦ରେ ମ୍ୟାଚରେ ଭାରତ ପାଇଁ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ କେବଳ ୨ ଅନ୍ତର୍ଜାତୀୟ ଟି-୨୦ରେ ମ୍ୟାଚ ଖେଳିବାର ସୁଯୋଗ ମିଳିଛି।
ମଧ୍ୟପ୍ରଦେଶ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳୁଥିବା ଦେବଦତ୍ତ ବର୍ତ୍ତମାନ ପର୍ଯ୍ୟନ୍ତ ୫୮ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଛନ୍ତି, ଯେଉଁଥିରେ ସେ ୯୯ ଇନିଂସରେ ବ୍ୟାଟିଂ କରୁଥିବାବେଳେ ହାରାହାରି ୪୩.୬୮ ରନ କରି ୪୦୬୩ ରନ କରିଛନ୍ତି। ଏହି ଅବଧିରେ ସେ ୧୨ ଶତକ ଏବଂ ୨୨ ଅର୍ଦ୍ଧଶତକ ହାସଲ କରିଛନ୍ତି।
ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତୀୟ ଦଳ ୩-୧ରେ ଅଗ୍ରଣୀ ହାସଲ କରିଛି। ଇଂଲଣ୍ଡ ସିରିଜର ପ୍ରଥମ ମ୍ୟାଚ ଜିତିଥିଲା। ଏହା ପରେ ଭାରତ ଅବଶିଷ୍ଟ ତିନୋଟି ମ୍ୟାଚ୍‌ରେ ବିଜୟର ହ୍ୟାଟ୍ରିକ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri