Posted inଖେଳ

କିଏ ସେହି ଦେବଦତ୍ତ ପଡିକ୍କଲ, ଯାହାଙ୍କୁ ମିଳିଲା ଇଂଲଣ୍ଡ ଡେବ୍ୟୁ କରିବାର ସୁଯୋଗ

ଧର୍ମଶାଳା,୭।୩: ଧର୍ମଶାଳାରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଦେବଦତ୍ତ ପଡ୍ଡିକଲ ଭାରତ ପାଇଁ ଟେଷ୍ଟ ଡେବ୍ୟୁ କରିଥିଲେ। ନିଜର ୧୦୦ ତମ ଟେଷ୍ଟ ଖେଳିଥିବା ରବିଚନ୍ଦ୍ରନ ଅଶ୍ୱିନ ପଡିକ୍କଲଙ୍କୁ ଡେବ୍ୟୁ କ୍ୟାପ ଦେଇଥିଲେ। ଏହାପୂର୍ବରୁ ରାଞ୍ଚିରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ଦ୍ରୁତ ବୋଲର ଆକାଶ ଦୀପ ଭାରତ ପାଇଁ ଟେଷ୍ଟ ଡେବ୍ୟୁ କରିଥିଲେ। ବର୍ତ୍ତମାନ ଦେବଦତ୍ତଙ୍କୁ ମଧ୍ୟ ଡେବ୍ୟୁ କରିବାର ସୁଯୋଗ ମିଳିଛି। ପଡ୍ଡିକଲ ଅନ୍ତର୍ଜାତୀୟ ଟି-୨୦ରେ ଭାରତ ପାଇଁ ଡେବ୍ୟୁ କରିଛନ୍ତି।
ଏହାପୂର୍ବରୁ ବାମହାତୀ ବ୍ୟାଟ୍ସମ୍ୟାନ ଜୁଲାଇ ୨୦୨୧ରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଟି-୨୦ରେ ମ୍ୟାଚରେ ଭାରତ ପାଇଁ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ କେବଳ ୨ ଅନ୍ତର୍ଜାତୀୟ ଟି-୨୦ରେ ମ୍ୟାଚ ଖେଳିବାର ସୁଯୋଗ ମିଳିଛି।
ମଧ୍ୟପ୍ରଦେଶ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳୁଥିବା ଦେବଦତ୍ତ ବର୍ତ୍ତମାନ ପର୍ଯ୍ୟନ୍ତ ୫୮ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଛନ୍ତି, ଯେଉଁଥିରେ ସେ ୯୯ ଇନିଂସରେ ବ୍ୟାଟିଂ କରୁଥିବାବେଳେ ହାରାହାରି ୪୩.୬୮ ରନ କରି ୪୦୬୩ ରନ କରିଛନ୍ତି। ଏହି ଅବଧିରେ ସେ ୧୨ ଶତକ ଏବଂ ୨୨ ଅର୍ଦ୍ଧଶତକ ହାସଲ କରିଛନ୍ତି।
ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତୀୟ ଦଳ ୩-୧ରେ ଅଗ୍ରଣୀ ହାସଲ କରିଛି। ଇଂଲଣ୍ଡ ସିରିଜର ପ୍ରଥମ ମ୍ୟାଚ ଜିତିଥିଲା। ଏହା ପରେ ଭାରତ ଅବଶିଷ୍ଟ ତିନୋଟି ମ୍ୟାଚ୍‌ରେ ବିଜୟର ହ୍ୟାଟ୍ରିକ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri