ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍‌ ହରି କୁମାର ସେହିଦିନ ଅବସର ନେବେ। ତାଙ୍କର ୪୦ ବର୍ଷର କ୍ୟାରିଅରରେ ତ୍ରିପାଠୀ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଛନ୍ତି ଏବଂ ତାଙ୍କର ବିଶେଷ ଯୁଦ୍ଧ ଦକ୍ଷତା ପାଇଁ ସେ ବେଶ୍‌ ଜଣାଶୁଣା।

ଦିନେଶ ବର୍ତ୍ତମାନ ନୌସେନା କର୍ମଚାରୀ ଉପାଧ୍ୟକ୍ଷ ଅଛନ୍ତି। ୧୫ ମେ’ ୧୯୬୪ରେ ଜନ୍ମ ହୋଇଥିବା ଦିନେଶ ଜୁଲାଇ ୧୯୮୫ରେ ନୌସେନାରେ ଯୋଗ ଦେଇଥିଲେ। ସେ ସୈନିକ ସ୍କୁଲ, ରଓ୍ବୋ ଏବଂ ନ୍ୟାଶନାଲ ଡିଫେନ୍ସ ଏକାଡେମୀ, ଖଡଗ୍‌ଓ୍ବସଲାର ପୂର୍ବତନ ଛାତ୍ର ଥିଲେ।

ଦିନେଶ ଜଣେ ଯୋଗାଯୋଗ ଏବଂ ବୈଦ୍ୟୁତିକ ଯୁଦ୍ଧ ବିଶେଷଜ୍ଞ, ଉନ୍ନତ ନୌସେନା ଜାହାଜରେ ସିଗ୍‌ନାଲ ଯୋଗାଯୋଗ ଅଧିକାରୀ ଏବଂ ବୈଦ୍ୟୁତିକ ଯୁଦ୍ଧ ଅଧିକାରୀ ଭାବରେ କାର୍ଯ୍ୟ କରିଛନ୍ତି।

ଉଲ୍ଲେଖନୀୟ ତଥା ସମ୍ମାନଜନକ କାର୍ଯ୍ୟ ପାଇଁ ଦିନେଶଙ୍କୁ ଅତି ବିଶିଷ୍ଟ ସେବା ପଦକ ଏବଂ ନୌସେନା ପଦକ ପ୍ରଦାନ କରାଯାଇଛି।

ସେ ପାଶ୍ଚାତ୍ୟ ନାଭାଲ କମାଣ୍ଡରେ ଫ୍ଲାଗ୍‌ ଅଫିସର କମାଣ୍ଡିଂ ଭାବରେ ଦାୟିତ୍ୱ ବି ଗ୍ରହଣ କରିଥିଲେ। ଯେଉଁ ସମୟରେ ଚାଇନା ମଧ୍ୟ ଭାରତର ସାମୁଦ୍ରିକ ଅଞ୍ଚଳରେ କାର୍ଯ୍ୟକଳାପ ବୃଦ୍ଧି କରୁଛି ସେହି ସମୟରେ ଦିନେଶଙ୍କୁ ନୂଆ ଦାୟିତ୍ୱ ମିଳିଛି। ଅନ୍ୟପକ୍ଷରେ ଚାଇନା ସହିତ ପାକିସ୍ତାନୀ ସେନାର ମିଳିତ ମଧ୍ୟ ଭାରତ ପାଇଁ ଚିନ୍ତାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri