Posted inଜାତୀୟ

ଫଡନାଭିସ କିଏ ? ବିଜୟ ସତ୍ୟର ହେବ: ସଞ୍ଜୟ ରାଉତ…

ମୁମ୍ବାଇ,୧୨।୨ : ଶିବସେନା (ଉଦ୍ଧବ ଦଳ) ନେତା ସଞ୍ଜୟ ରାଉତ ପୁଣି ଥରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି। ସୁପ୍ରିମକୋର୍ଟରେ ସରକାରଙ୍କ ବିରୋଧରେ ଚାଲିଥିବା ମାମଲାରେ ସତ୍ୟର ବିଜୟ ହେବ ବୋଲି ସେ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଅଯୋଗ୍ୟତା ଆବେଦନ ଉପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ମନ୍ତବ୍ୟ ପରେ ସଞ୍ଜୟ ରାଉତଙ୍କ ବିବୃତ୍ତି ଆସିଛି।

ଫଡନାଭିସ କହିଥିଲେ ଯେ ଅଯୋଗ୍ୟତା ଆବେଦନକୁ ନେଇ ସୁପ୍ରିମକୋର୍ଟ ତାଙ୍କ ସପକ୍ଷରେ ଏକ ରାୟ ଦେବେ। ସେ କହିଛନ୍ତି ଯେ ମହାରାଷ୍ଟ୍ରରେ ଶାସକ ଏକନାଥ ଶିନ୍ଦେ-ଭାଜପା ମିଳିତ ମଞ୍ଚ ଏକ ବୈଧ ସରକାର। ସାମ୍ବିଧାନିକ ନିୟମ ଅନୁଯାୟୀ ଏବଂ ଆଇନ ଠିକ ଭାବରେ ଅଧ୍ୟୟନ କରାଯାଇଥିବାରୁ ଆମେ ଯାହା କରିଛୁ ତାହା ଆଇନଗତ ଅଟେ, ତେଣୁ ଫଳାଫଳ ଆମ ସପକ୍ଷରେ ରହିବ।

ସଞ୍ଜୟ ରାଉତ ଏକ ଟୁଇଟରେ କହିଛନ୍ତି ଯେ ମାନ୍ୟବର ସୁପ୍ରିମକୋର୍ଟ କିମ୍ବା ନିର୍ବାଚନ ଆୟୋଗ ଏଭଳି ଲୋକଙ୍କ କଥା ପ୍ରତି ପ୍ରତି ଧ୍ୟାନ ଦେଇ ନ ଥାନ୍ତି। ବିଜୟ କେବଳ ସତ୍ୟର ହେବ। ମାନ୍ୟବର ସୁପ୍ରିମକୋର୍ଟ ତାଙ୍କ ସପକ୍ଷରେ ଏକ ରାୟ ଦେବେ ବୋଲି ଦାବି କରିବାକୁ ଦେବେନ୍ଦ୍ର ଫଡନାଭିସ କିଏ? ନାରାୟଣ ରାଣେ ଘୋଷଣା କରିଛନ୍ତି ଯେ ନିର୍ବାଚନ ଆୟୋଗ ଶିନ୍ଦେଙ୍କୁ ଶିବସେନାର ନିର୍ବାଚନୀ ଚିହ୍ନ ଦେବେ। ଏଭଳି କହିବାକୁ ସେ କିଏ ବୋଲି ସଞ୍ଜୟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri