Posted inଜାତୀୟ

ଫଡନାଭିସ କିଏ ? ବିଜୟ ସତ୍ୟର ହେବ: ସଞ୍ଜୟ ରାଉତ…

ମୁମ୍ବାଇ,୧୨।୨ : ଶିବସେନା (ଉଦ୍ଧବ ଦଳ) ନେତା ସଞ୍ଜୟ ରାଉତ ପୁଣି ଥରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି। ସୁପ୍ରିମକୋର୍ଟରେ ସରକାରଙ୍କ ବିରୋଧରେ ଚାଲିଥିବା ମାମଲାରେ ସତ୍ୟର ବିଜୟ ହେବ ବୋଲି ସେ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଅଯୋଗ୍ୟତା ଆବେଦନ ଉପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ମନ୍ତବ୍ୟ ପରେ ସଞ୍ଜୟ ରାଉତଙ୍କ ବିବୃତ୍ତି ଆସିଛି।

ଫଡନାଭିସ କହିଥିଲେ ଯେ ଅଯୋଗ୍ୟତା ଆବେଦନକୁ ନେଇ ସୁପ୍ରିମକୋର୍ଟ ତାଙ୍କ ସପକ୍ଷରେ ଏକ ରାୟ ଦେବେ। ସେ କହିଛନ୍ତି ଯେ ମହାରାଷ୍ଟ୍ରରେ ଶାସକ ଏକନାଥ ଶିନ୍ଦେ-ଭାଜପା ମିଳିତ ମଞ୍ଚ ଏକ ବୈଧ ସରକାର। ସାମ୍ବିଧାନିକ ନିୟମ ଅନୁଯାୟୀ ଏବଂ ଆଇନ ଠିକ ଭାବରେ ଅଧ୍ୟୟନ କରାଯାଇଥିବାରୁ ଆମେ ଯାହା କରିଛୁ ତାହା ଆଇନଗତ ଅଟେ, ତେଣୁ ଫଳାଫଳ ଆମ ସପକ୍ଷରେ ରହିବ।

ସଞ୍ଜୟ ରାଉତ ଏକ ଟୁଇଟରେ କହିଛନ୍ତି ଯେ ମାନ୍ୟବର ସୁପ୍ରିମକୋର୍ଟ କିମ୍ବା ନିର୍ବାଚନ ଆୟୋଗ ଏଭଳି ଲୋକଙ୍କ କଥା ପ୍ରତି ପ୍ରତି ଧ୍ୟାନ ଦେଇ ନ ଥାନ୍ତି। ବିଜୟ କେବଳ ସତ୍ୟର ହେବ। ମାନ୍ୟବର ସୁପ୍ରିମକୋର୍ଟ ତାଙ୍କ ସପକ୍ଷରେ ଏକ ରାୟ ଦେବେ ବୋଲି ଦାବି କରିବାକୁ ଦେବେନ୍ଦ୍ର ଫଡନାଭିସ କିଏ? ନାରାୟଣ ରାଣେ ଘୋଷଣା କରିଛନ୍ତି ଯେ ନିର୍ବାଚନ ଆୟୋଗ ଶିନ୍ଦେଙ୍କୁ ଶିବସେନାର ନିର୍ବାଚନୀ ଚିହ୍ନ ଦେବେ। ଏଭଳି କହିବାକୁ ସେ କିଏ ବୋଲି ସଞ୍ଜୟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri