Posted inଖେଳ

କିଏ ସେହି ୨୦ ବର୍ଷୀୟ ଫାରୁକି, ଯାହାଙ୍କୁ ଏହି ଖାସ୍‌ କାମ ପାଇଁ ଭାରତ ଆସିବାକୁ ଧୋନୀଙ୍କ ଟିମ୍‌ରୁ ମିଳିଛି ଡାକରା

ନୂଆଦିଲ୍ଲୀ,୨୫।୩: ଆଉ ମାତ୍ର ଦୁଇ ସପ୍ତାହ ପରେ ଆରମ୍ଭ ହେବ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧। ଏଥିଲାଗି ସମସ୍ତ ଫ୍ରାଞ୍ଜାଇଜ୍‌ ପ୍ରସ୍ତୁତି ଜୋରଦାର କରିଛନ୍ତି। ଧିରେ ଧିରେ ଖେଳାଳିମାନେ ନିଜ ନିଜ ଟିମ୍‌ର କ୍ୟାମ୍ପରେ ସାମିଲ ହେଉଛନ୍ତି। ସେଭଳି ଚେନ୍ନାଇ ସୁପରକିଙ୍ଗ୍ସ ଲାଗି ଭାରତରେ ପହଞ୍ଚିଛନ୍ତି ୨୦ ବର୍ଷୀୟ ଦ୍ରୁତ ବୋଲର ଫଜଲହକ୍‌ ଫାରୁକି। ସେ ସିଏସ୍‌କେ ଖେଲାଳିଙ୍କୁ ନେଟ୍‌ରେ ବୋଲିଂ କରାଇବେ ବୋଲି ଜଣାପଡ଼ିଛି। ଟିମ୍‌ରେ ନ ଥିଲେ ହେଁ ସେ ଜଣେ ନେଟ୍‌ ବୋଲର୍‌ ଭାବେ ତାଙ୍କ ସହ ଯୋଡ଼ି ହେବେ।

ଫଜଲହକ ୨୦୦୦ ସେପ୍ଟେମ୍ବର ୨୨ରେ ଆଫଗାନିସ୍ତାନରେ ଜନ୍ମଗ୍ରହଣ କରିଥିଲେ। ପିଲାଟିଦିନୁ କ୍ରିକେଟ ପାଇଁ ଆଗ୍ରହ ରଖିଥିବା ଏହି କ୍ରିକେଟର ୨୦୧୭ରେ ଫାଷ୍ଟ କ୍ଲାସ୍‌ କ୍ରିକେଟରେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ପରେ ନିଜର ଦ୍ରୁତ ବୋଲିଂରେ ସେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ଏଯାବତ ସେ ୧୨ଟି ଫାଷ୍ଟ କ୍ଲାସ ମ୍ୟାଚ୍‌ ଖେଳିସାରିଛନ୍ତି। ସେଥିରେ ସେ ୨୨ ଉଇକେଟ ନେଇଛନ୍ତି। ୨୬ ରନ୍‌ ଦେଇ ୬ ଉଇକେଟ ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ରହିଛି। ପରେ ୨୦୧୮ରେ ସେ ଆଫଗାନିସ୍ତାନ ପ୍ରିମିୟର ଲିଗ୍‌ ଟୁର୍ନାମେଣ୍ଟରେ ସାମିଲ ହୋଇଥିଲେ। ଚଳିତ ବର୍ଷ ଏସିଆ କପ୍‌ ପାଇଁ ଆଫଗାନିସ୍ତାନର ଅଣ୍ଡର-୨୩ ଟିମ୍‌ରେ ତାଙ୍କୁ ଚୟନ କରାଯାଇଥିଲା। ଏଯାବତ ସେ ଜିମ୍ବାଓ୍ବେ ବିପକ୍ଷରେ ଗୋଟିଏ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri