Posted inଜାତୀୟ

କିଏ ସେହି ଗିରିଶ ମୁର୍ମୁ, ଯାହାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଭାଜପା ଚାହୁଁଥିବା ନେଇ ଚର୍ଚ୍ଚା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା

ନୂଆଦିଲ୍ଲୀ,୧୦ା୬: ଭାଜପା ଓଡ଼ିଶାରେ ବିଜେଡି ଓ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ଦଳ ୧୪୭ଟି ଆସନରୁ ରାଜ୍ୟରେ ୭୮ଟି ବିଧାନସଭା ସିଟ୍‌ ଜିତିଛି। ସେବେଠାରୁ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଭାଜପାରେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ତେବେ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ନାଁ ମଧ୍ୟ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠୁଛି କିଏ ସେହି ଗିରିଶ ମୁର୍ମୁ?

ପ୍ରକୃତରେ ଗିରିଶ ହେଉଛନ୍ତି ଭାରତର କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ। ସେ ୮ ଅଗଷ୍ଟ ୨୦୨୦ରୁ ଏହି ପଦବୀରେ ଅଛନ୍ତି। ଏହାପୂର୍ବରୁ ମୁର୍ମୁଙ୍କୁ ଜମ୍ମୁ କାଶ୍ମୀରର ଏଲ୍‌ଜି କରାଯାଇଥିଲା। ମୁର୍ମୁ ଭାରତ ସରକାରଙ୍କ ବିଭିନ୍ନ ପଦବୀରେ କାର୍ଯ୍ୟ କରିଛନ୍ତି। ସେ ବ୍ୟୟ ବିଭାଗର ସଚିବ, ଆର୍ଥିକ ସେବା ଏବଂ ରାଜସ୍ବ ବିଭାଗର ସ୍ବତନ୍ତ୍ର ଏବଂ ଅତିରିକ୍ତ ସଚିବ ଏବଂ ବ୍ୟୟ ବିଭାଗର ଯୁଗ୍ମ ସଚିବ ପଦରେ ରହିଥିଲେ। ଏହି କେନ୍ଦ୍ରରେ ତାଙ୍କର କାର୍ଯ୍ୟକାଳ ପୂର୍ବରୁ ଗୁଜରାଟ ସରକାରରେ ମଧ୍ୟ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ମୁର୍ମୁଙ୍କର ଯଥେଷ୍ଟ ପ୍ରଶାସନିକ ଅଭିଜ୍ଞତା ରହିଛି।

ମୁର୍ମୁ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଛନ୍ତି। ସେ ବର୍ମିଂହାମ ବିଶ୍ୱବିଦ୍ୟାଳୟରୁ ଏମ୍‌ବିଏ ଡିଗ୍ରୀ ହାସଲ କରିଛନ୍ତି। ସେ ଗୁଜରାଟ କ୍ୟାଡରର ୧୯୮୫ ବ୍ୟାଚ୍‌ ଆଇଏସ୍‌। ୨୧ ନଭେମ୍ବର ୧୯୬୫ରେ ଓଡ଼ିଶାର ମୟୂରଭଞ୍ଜ ଜିଲାରେ ଜନ୍ମଗ୍ରହଣ କରିଥିଲେ। ସେ ସ୍ମିତା ମୁର୍ମୁଙ୍କୁ ବିବାହ କରିଛନ୍ତି। ତାଙ୍କର ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି। ମୁର୍ମୁ ତାଙ୍କ ଖାଲି ସମୟରେ ଭାରତୀୟ ଶାସ୍ତ୍ରୀୟ ଏବଂ ସୁଫି ସଙ୍ଗୀତ ଶୁଣିବାକୁ ପସନ୍ଦ କରନ୍ତି। ସେ ଫଟୋଗ୍ରାଫିକୁ ମଧ୍ୟ ଭଲ ପାଆନ୍ତି। ମୁର୍ମୁ ତାଙ୍କ ଖାଲି ସମୟରେ ପେଣ୍ଟିଂ ମଧ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?