Posted inଖେଳ

କିଏ ସେହି ହିମାନୀ ମୋର;ଯାହାଙ୍କ ହାତ ଧରିଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ଜାଭେଲିନ ଥ୍ରୋଅର୍‌ ନୀରଜ ଚୋପ୍ରା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ନୀରଜ ସୋସିଆଲ ମିଡିଆ ମାଧ୍ୟମରେ ବିବାହ ଉତ୍ସବର କିଛି ଫଟୋ ଶେୟାର କରିଛନ୍ତି। ସେ ହିମାନୀ ମୋରଙ୍କୁ ବିବାହ କରିଛନ୍ତି। ଏବେ ପ୍ରଶ୍ନ ଉଠିଛି ହିମାନୀ ମୋର କିଏ? ତେବେ ହିମାନୀ ମୋର ମଧ୍ୟ ନୀରଜଙ୍କ ପରି ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି।
ହିମାନୀ ଜଣେ ଟେନିସ ଖେଳାଳି ରହିଆସିଛନ୍ତି। ହରିୟାଣାର ସୋନିପତରୁ ଆସିଥିବା ହିମାନି ବର୍ତ୍ତମାନ ଫ୍ରାଙ୍କଲିନ ପିଅର୍ସ ବିଶ୍ୱବିଦ୍ୟାଳୟରୁ କ୍ରୀଡା ପରିଚାଳନାରେ ମାଷ୍ଟର ଡିଗ୍ରୀ ହାସଲ କରୁଛନ୍ତି। ହିମାନୀଙ୍କର ଜଣେ ଭାଇ ଅଛି ଏବଂ ସେ ମଧ୍ୟ ଟେନିସ ଖେଳନ୍ତି। ହିମାନୀ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ପାଇଁ ଜାତୀୟ ସ୍ତରରେ ଟେନିସ ଖେଳିଛନ୍ତି। ସେ ତାଇପେରେ ଅନୁଷ୍ଠିତ ୨୦୧୭ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିଲେ। ଏହା ପୂର୍ବରୁ ହିମାନି ସ୍ବର୍ଣ୍ଣ ପଦକ ଜିତିଥିଲେ।

ହିମାନୀଙ୍କ ସ୍କୁଲ ୱେବସାଇଟ ଅନୁଯାୟୀ, ସେ ମାଲେସିଆରେ ଅନୁଷ୍ଠିତ ବିଶ୍ୱ ଜୁନିଅର ଟେନିସ ଚାମ୍ପିଅନସିପ ୨୦୧୬ରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେ ସୋନିପତର ଲିଟିଲ ଏଞ୍ଜେଲ୍ସ ସ୍କୁଲରୁ ତାଙ୍କର ସ୍କୁଲ ଶିକ୍ଷା କରିଥିଲେ।
ସ୍‌ସୂଚନାଯୋଗ୍ୟ ଯେ, ନୀରଜ ଚୋପ୍ରା ହଠାତ୍‌ ପ୍ରଶଂସକଙ୍କ ସହ ବିବାହ ବିଷୟରେ ସୂଚନା ସେୟାର କରିଥିଲେ। ସେ ସୋସିଆଲ ମିଡିଆରେ ବିବାହ ଉତ୍ସବର ତିନୋଟି ଫଟୋ ଶେୟାର କରିଛନ୍ତି। ଫଟୋଗୁଡ଼ିକର କ୍ୟାପସନ ଦେଇ ନୀରଜ ଚୋପ୍ରା ଲେଖିଛନ୍ତି, ମୋ ପରିବାର ସହିତ ଜୀବନର ଏକ ନୂତନ ଅଧ୍ୟାୟ ଆରମ୍ଭ କଲି।ନୀରଜ ଚୋପ୍ରା ଗୁପ୍ତ ଭାବରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri