କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ

ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ।

ପୁରା ନାଁ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ (Dhirendra Sambhaji Kutey)। ୨୦୧୯ ଅକ୍ଟୋବର ୨୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇଁ ନିୟୋଜିତ ହୋଇଥିଲେ। ନିଜ କାର୍ଯ୍ୟକାଳ ମଧ୍ୟରେ ସିଏମଙ୍କ Officer on Special Duty (OSD) ହେବାରେ ସେ ପ୍ରଥମ ଆଇପିଏସ ଅଫିସର ଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ସମ୍ମାନିତ ହୋଇଥିଲେ। ଏହା ପୂର୍ବରୁ ସେ ରାଜ୍ୟ ପରିବହନ କମିଶନର, IG Operation ଓ ଓଡ଼ିଶା ପୋଲିସର ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ରାଉରକେଲା, ଯାଜପୁର ଓ ଗଜପତିର ମଧ୍ୟ ଏସପି ରହି ଆସିଛନ୍ତି। ଏହିସବୁ ଜିଲାରେ ଏସପିଥିବାବେଳେ ଅପରାଧ ଓ ଅପରାଧୀଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ସେ ସବୁଠି ପ୍ରଶଂସା ସାଉଁଟିଛନ୍ତି।

ସୂଚନାଥାଉ କି, ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ସସପେଣ୍ଡ କରାଯାଇଛି। ସସପେଣ୍ଡ କାଳରେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ ରହି ସେ କାର୍ଯ୍ୟ କରିବେ। କାଲି ଦିନ ୩ଟା ସୁଦ୍ଧା ସେଠାରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?