କିଏ ସେହି କମଲା ହାରିସ, ଯିଏ ହେବେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ

ଓ୍ବାଶିଂଟନ,୨୨।୭: ଆମେରିକାର ୪୭ତମ ରାଷ୍ଟ୍ରପତିଙ୍କ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଜଣେ ଭାରତୀୟ ମୂଳ ନେତା ଆମେରିକାର ଶକ୍ତିର ଶୀର୍ଷରେ ପହଞ୍ଚି ବାର ସମ୍ଭବନା ରହିଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ ନିର୍ବାଚନରେ ନିଜ ନାମ ପ୍ରତ୍ୟାହାର କରିଛନ୍ତି। ସେ ଡେମୋକ୍ରାଟିକ୍‌ ପାର୍ଟିରୁ ରାଷ୍ଟ୍ରପତି ପଦ ପାଇଁ କମଲା ହାରିସଙ୍କ ନାଁ ସୁପାରିଶ କରିଛନ୍ତି। କମଲା ଏବେ ଉପରାଷ୍ଟ୍ରପତି ଅଛନ୍ତି।
ବାଇଡେନ୍‌ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି, ମୁଁ ଚଳିତ ବର୍ଷ ଆମ ଦଳର ପ୍ରାର୍ଥୀ ହେବା ପାଇଁ କମଲା ହାରିସଙ୍କୁ ମୋର ସମ୍ପୂର୍ଣ୍ଣ ସମର୍ଥନ ଏବଂ ସହଯୋଗ ଦେବାକୁ ଚାହୁଁଛି। ଡେମୋକ୍ରାଟିକ ପାର୍ଟିର ଏକଜୁଟ ହୋଇ ଟ୍ରମ୍ପଙ୍କୁ ପରାସ୍ତ କରିବାର ସମୟ ଆସିଛି।
କମଲା ହାରିସ ହେଉଛନ୍ତି ପ୍ରଥମ ମହିଳା ଏବଂ ପ୍ରଥମ ଏସୀୟ ଆମେରିକୀୟ ଯିଏକି ଉପରାଷ୍ଟ୍ରପତି ପଦରେ ପହଞ୍ଚିଛନ୍ତି। ବାଇଡେନଙ୍କ ସମର୍ଥନ ତାଙ୍କୁ ପ୍ରଥମ ମହିଳା ରାଷ୍ଟ୍ରପତି ହେବାର ପଥରେ ଆଣିପାରେ।
ହାରିସ ୧୯୬୪ରେ କାଲିଫର୍ନିଆର ଓକଲ୍ୟାଣ୍ଡରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମା ଶ୍ୟାମଲା ଗୋପାଳ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ ଏବଂ ଜଣେ କର୍କଟ ଅନୁସନ୍ଧାନକାରୀ ଥିଲେ। ତାଙ୍କ ପିତା ଡୋନାଲ୍ଡ ହାରିସ ଜଣେ ଜାମାଇକା ଅର୍ଥନୀତିଜ୍ଞ ଥିଲେ। କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ଡିଗ୍ରୀ ହାସଲ କରିବା ସମୟରେ ହାରିସଙ୍କ ମାତାପିତା ସାକ୍ଷାତ ହୋଇଥିଲେ। ହାରିସର ଏକ ଭଉଣୀ ଅଛନ୍ତି ମାୟା। ହାରିସଙ୍କୁ ସାତ ବର୍ଷ ବୟସ ହୋଇଥିବାବେଳେ ତାଙ୍କ ମାତାପିତାଙ୍କ ଛାଡପତ୍ର ଦେଇଥିଲେ।
୨୦୧୬ରେ ହ୍ୟାରିସ ତତ୍କାଳୀନ ରାଷ୍ଟ୍ରପତି ବାରାକ ଓବାମା ଏବଂ ପରେ ଉପରାଷ୍ଟ୍ରପତି ଜୋ ବାଇଡେନଙ୍କ ସମର୍ଥନରେ ଆମେରିକାର ସିନେଟ ପାଇଁ ନିର୍ବାଚନ ଲଢିଥିଲେ। ସେ ସହଜରେ କାଲିଫର୍ନିଆର ଅନ୍ୟ ସିନେଟ ପ୍ରାର୍ଥୀ ପ୍ରତିନିଧୀ ଲୋରେଟା ସାଞ୍ଚେଜଙ୍କୁ (ଡି) ପରାସ୍ତ କରିଥିଲେ। ୨୦୨୦ରେ ସେ ଆମେରିକାର ଉପରାଷ୍ଟ୍ରପତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri