Posted inଖେଳ

‘ନକଲି ଅଶ୍ୱିନ’ଙ୍କ ସହ ଅଭ୍ୟାସ କରୁଛି ଅଷ୍ଟ୍ରେଲିଆ, ଜାଣନ୍ତୁ କିଏ ସେହି ବୋଲର୍‌…

ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ଦଳ ଭାରତ ଗସ୍ତରେ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳ ଏକ ସ୍ବତନ୍ତ୍ର ବୋଲରଙ୍କ ସହ ଅଭ୍ୟାସ କରୁଛି। ବୋଲରଜଣଙ୍କ ହେଉଛନ୍ତି ମହେଶ ପିଥିୟା। ତାଙ୍କୁ ନକଲି ରବିଚନ୍ଦ୍ରନ ଅଶ୍ୱିନ ବୋଲି କୁହାଯାଉଛି। ଅଶ୍ୱିନଙ୍କ ବୋଲିଂ ସାମ୍ନା କରିବା ପୂର୍ବରୁ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ମାନେ ତାଙ୍କ ଭଳି ବୋଲିଂ କରୁଥିବା ମହେଶଙ୍କ ସହ ଅଭ୍ୟାସ କରୁଛନ୍ତି।

୨୦୦୪ ପରଠାରୁ ଭାରତରେ କୌଣସି ଟେଷ୍ଟ ସିରିଜ ଜିତିନାହିଁ ଅଷ୍ଟ୍ରେଲିୟ ଟିମ୍‌। ଏମିତିରେ ଆଗକୁ ହେବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫି ଉପରେ ଦଳର ନଜର ରହିଛି। ବିଶେଷକରି ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମୁକାବିଲା କରିବା ଲାଗି ଅଷ୍ଟ୍ରେଲିୟ ଟିମ୍‌ ପ୍ରସ୍ତୁତି ଚଳାଇଛନ୍ତି। ସ୍ପିନ ବୋଲିଂକୁ ଧ୍ୟାନ ଦିଆଯାଉଥିବାରୁ ପିଥିୟା ନେଟ୍‌ ବୋଲର ଭାବେ ଯୋଗ ଦେଇଛନ୍ତି।

ମହେଶ ପିଥିୟା କିଏ?
ଗୁଜରାଟର ଜୁନାଗଡ଼ର ପିଥିୟା ୧୧ ବର୍ଷ ବୟସ ପୂର୍ବରୁ ଅଶ୍ୱିନଙ୍କୁ ବୋଲିଂ କରିବା ଦେଖି ନ ଥିଲେ। କାରଣ ତାଙ୍କ ଘରେ ଟେଲିଭିଜନ ନ ଥିଲା। ସେ ୨୦୧୩ରେ ପ୍ରଥମ ଥର ପାଇଁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଅଶ୍ୱିନଙ୍କ ବୋଲିଂ ଦେଖିଥିଲେ। ସେହିଦିନଠାରୁ ସେ ଅଶ୍ୱିନଙ୍କୁ ଆଦର୍ଶ ବୋଲି ଭାବି ଆସୁଛନ୍ତି। ଡିସେମ୍ବରରେ ସେ ବରୋଦା ପାଇଁ ଫାଷ୍ଟ କ୍ଲାସ କ୍ରିକେଟରେ ଡେବ୍ୟୁ କରିଥିଲେ। ଅଷ୍ଟ୍ରେଲିୟ ଟିମ୍‌ ସୋସିଆଲ ମିଡିଆରେ ତାଙ୍କ ଫୁଟେଜ ଦେଖିବା ପରେ ମହେଶଙ୍କୁ ଡକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri