Posted inଖେଳ

ମହମ୍ମଦ ଶାମିଙ୍କ ସାବତ ଝିଅ ଅର୍ଶୀ ଜାହାଁ କିଏ? ଯାହାଙ୍କ ଉପରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହେବା ପରେ…

ନୂଆଦିଲ୍ଲୀ,୧୭।୭: ଅନେକ ସମୟରେ ହସିନ ଜାହାଁଙ୍କ ବିଷୟରେ ଖବର ଆସିଥାଏ। ହେଲେ ଏବେ ଭିନ୍ନ କାରଣକୁ ନେଇ ଟିମ ଇଣ୍ଡିଆର ଫାଷ୍ଟ ବୋଲର ମହମ୍ମଦ ଶାମିଙ୍କ ସାବତ ଝିଅ ଅର୍ଶୀ ଜାହାଁ  ଚର୍ଚ୍ଚାରେ। କାରଣ ଏବେ ତାଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା ହତ୍ୟା ଉଦ୍ୟମ ମାମଲା ପାଇଁ ଖବରରେ ଅଛନ୍ତି। ଅର୍ଶୀ ଖାନଙ୍କ ବିରୁଦ୍ଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଛି। ମହମ୍ମଦ ଶାମି ହେଉଛନ୍ତି ହସିନ ଜାହାଁଙ୍କ ଦ୍ୱିତୀୟ ସ୍ବାମୀ। ତାଙ୍କ ପ୍ରଥମ ସ୍ବାମୀଙ୍କ ନାମ ଶେଖ ସୈଫୁଦ୍ଦିନ, ଯାହାଙ୍କୁ ସେ ୨୦୦୨ ମସିହାରେ ବିବାହ କରିଥିଲେ। ହସିନ ଜାହାଁଙ୍କ ପ୍ରଥମ ବିବାହରୁ ଦୁଇଟି ଝିଅ ଥିଲେ, ଯାହା ମଧ୍ୟରୁ ଜଣେ ହେଉଛନ୍ତି ଅର୍ଶୀ।
ଅର୍ଶୀଙ୍କ ବିରୁଦ୍ଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରାଯାଇଥିଲା। ଏହି ମାମଲା ହସିନ-ଅର୍ଶୀ ଏବଂ ଜଣେ ପଡ଼ୋଶୀଙ୍କ ମଧ୍ୟରେ ହୋଇଥିବା ଝଗଡ଼ା ସହିତ ଜଡିତ। ଏହି ସମ୍ବନ୍ଧୀୟ ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେଉଛି, ଯେଉଁଥିରେ ହସିନ ଜାହାଁଙ୍କୁ ଜଣେ ମହିଳାଙ୍କ ସହିତ ଝଗଡ଼ା କରୁଥିବାର ଦେଖିବାକୁ ମିଳୁଛି। ଏହି ମାମଲାରେ ପୋଲିସ ହସିନ ଏବଂ ଅର୍ଶୀଙ୍କ ବିରୋଧରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ତେବେ ମାମଲା ହାତାହାତି ପର୍ଯ୍ୟନ୍ତ ଯିବା ପଛରେ କାରଣ ହେଉଛି ଜମିର ଅବୈଧ ଦଖଲ। ଯେତେବେଳେ ତାଙ୍କ ପଡ଼ୋଶୀମାନେ ଏହାକୁ ବିରୋଧ କରିଥିଲେ ଦୁହେଁ ସେମାନଙ୍କ ସହିତ ଝଗଡ଼ା କରିଥିଲେ। ଏହି ମାମଲା କୋର୍ଟରେ ପହଞ୍ଚିଥିଲା।
ଅର୍ଶୀ ହେଉଛନ୍ତି ମହମ୍ମଦ ଶାମିଙ୍କ ସାବତ ଝିଅ। କିନ୍ତୁ ୧୦ ବର୍ଷ ବୟସ୍କା ଆୟରା ହେଉଛନ୍ତି ତାଙ୍କ ନିଜ ଝିଅ। ଶାମି ଏବଂ ହସିନ ଜାହାଁ ଅଲଗା ହେବା ପରଠାରୁ, ଆୟରା ପ୍ରାୟତଃ ତାଙ୍କ ମାଆ ହସିନଙ୍କ ସହିତ ରୁହନ୍ତି। କୋଲକାତା ହାଇକୋର୍ଟ ଏବେ ଶାମିଙ୍କୁ ହସିନ ଜାହାଁ ଏବଂ ଝିଅ ଆୟରା ଉଭୟଙ୍କୁ ଭରଣପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?