କିଏ ସେ ମୋହନ ମାଝୀ? ଯିଏ ହେବାକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୧୧।୬: ମୋହନ ଚରଣ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଏନେଇ ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଜୁନ ୪ ନିର୍ବାଚନ ଫଳାଫଳ ଆସିବା ପରଠାରୁ କାହାକୁ ଭାଜପା ମୁଖ୍ୟମନ୍ତ୍ରୀ କରିବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଅନେକ ତୁଙ୍ଗ ନେତା ଏହି ରେସ୍‌ରେ ଥିଲେ। ହେଲେ ସବୁ ଚର୍ଚ୍ଚାରେ ବିରାମ ଲଗାଇ ଦଳ ମୋହନଙ୍କୁ ବିଧାୟକ ଦଳ ନେତା ଭାବେ ଚୟନ କରିଛି। ଏମିତିରେ ସେ କିଏ ତାହାକୁ ନେଇ ଉତ୍କଣ୍ଠା ବଢ଼ିଛି।

୧୯୭୨ ଜାନୁଆରୀ ୬ ରେ ଜନ୍ମିତ ମୋହନ ଚରଣ ମାଝୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ରହିଆସିଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା:
ମୋହନ ମାଝୀ ୧୯୭୨ ମସିହାର ଜାନୁଆରୀ ୬ରେ କେନ୍ଦୁଝର ଜିଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ। ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳାରେ ସ୍ନାତକ, ଏଥିସହ ସେ ଆଇନ ଶିକ୍ଷା(ଏଲ୍‌ଏଲ୍‌ବି) ମଧ୍ୟ କରିଛନ୍ତି । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାରାଣ୍ଡି।

ରାଜନୈତିକ ଜୀବନ:
ମୋହନ ମାଝୀ ଓଡ଼ିଶା ବିଧାନ ସଭାରେ ଭାଜପାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି। ସେ ଓଡ଼ିଶା ବିଧାନ ସଭାପାଇଁ ହୋଇଥିବା ନିର୍ବାଚନରେ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାଜପାର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାଜପାର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ।
୨୦୧୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଗତ ୨୦୨୪ ନିର୍ବାଚନରେ ମଧ୍ୟ ସେ ବିପୁଳ ଭୋଟ୍‌ରେ ବିଜୟୀ ହୋଇ ବିଧାୟକ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?