Posted inଜାତୀୟ

କିଏ ସେହି ମୋହନ ଯାଦବ? ଜାଣନ୍ତୁ କାହିଁକି ଭାଜପା ତାଙ୍କ ଉପରେ କଲା ଭରସା

ଭୋପାଳ,୧୧।୧୨: ମୁଖ୍ୟମନ୍ତ୍ରୀ ନାଁ ବାଛିବା ପାଇଁ ସୋମବାର ମଧ୍ୟପ୍ରଦେଶରେ ଭାଜପାର ବିଧାୟକ ଦଳ ବୈଠକ  ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବିଧାୟକମାନେ ମୋହନ ଯାଦବଙ୍କ ନାମକୁ ଅନୁମୋଦନ କରିଛନ୍ତି। ମୋହନ  ଉଜୈନ ସାଉଥରୁ ବିଧାୟକ ଅଛନ୍ତି। ସେ ଶିବରାଜ ସିଂ ଚୌହାନ ସରକାରରେ ଶିକ୍ଷା ମନ୍ତ୍ରୀ ରହିସାରିଛନ୍ତି। ସେ ଲଗାତାର ତୃତୀୟ ଥର ପାଇଁ ବିଧାନସଭା ନିର୍ବାଚନରେ ଜିତିଛନ୍ତି।
ବିଧାୟକ ଦଳ  ବୈଠକରେ ମୋହନ ଯାଦବଙ୍କ ନାମ ଘୋଷଣା କରାଯିବାପରେ ସେ ମଞ୍ଚ ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ପାଦ ଛୁଇଁଥିବାର ନଜର ଆସିଥିଲେ ଏବଂ ଶିବରାଜ  ତାଙ୍କ ମୁଣ୍ଡରେ ହାତ ରଖି ଆଶୀର୍ବାଦ ଦେଇଥିଲେ। ମୋହନ  ମଧ୍ୟପ୍ରଦେଶରେ ଭାଜପାର ଏକ ବଡ଼ ଓବିସି ଚେହେରା। ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ତାଙ୍କ ନାମ ବୋଧହୁଏ ଘୋଷଣା କରାଯାଇଛି। ମୋହନଙ୍କ ଶିକ୍ଷାଗତ ଯୋଗ୍ୟତା  ପିଏଚଡି। ତାଙ୍କୁ ୨୦୨୦ରେ ଶିକ୍ଷା ମନ୍ତ୍ରୀ ଦାୟିତ୍ୱ ଦିଆଯାଇଥିଲା ଏବଂ ସେ ୨୦୨୩ ପର୍ଯ୍ୟନ୍ତ ଏହି ପଦବୀରେ ରହିଥିଲେ।
୫୮ ବର୍ଷୀୟ ମୋହନଙ୍କ ରାଜନୈତିକ କ୍ୟାରିୟର ୧୯୮୪ରେ ଆରମ୍ଭ ହୋଇଥିଲା ଯେତେବେଳେ ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦରେ ଯୋଗ ଦେଇଥିଲେ। ସେ ଆରଏସଏସର ଜଣେ ସଦସ୍ୟ ମଧ୍ୟ ଅଟନ୍ତି। ସେ ୨୦୧୩ରେ ଉଜୈନ ସାଉଥରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ କ୍ରମାଗତ ତୃତୀୟ ଥର ପାଇଁ ଏଠାରୁ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ଏଥର ସେ କଂଗ୍ରେସ ପ୍ରାର୍ଥୀ ଚେତନ ପ୍ରେମନାରାୟଣ ଯାଦବଙ୍କୁ ୧୨୯୪୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି।
ମୋହନଙ୍କ ନାମ ଘୋଷଣା ଏକ ଆଶ୍ଚର୍ଯ୍ୟଜନକ ଘଟଣା। କାରଣ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ତାଙ୍କ ନାମ କୌଣସି ସ୍ଥାନରେ ନ ଥିଲା, କିନ୍ତୁ ବିଧାୟକ ଦଳ ବୈଠକରେ ତାଙ୍କ ନାମ ଘୋଷଣା କରାଯାଇଥିଲା। ସେ ୨୦୦୪ ରୁ ୨୦୧୦ ପର୍ଯ୍ୟନ୍ତ ଉଜୈନ ବିକାଶ ପ୍ରାଧିକରଣର ଚେୟାରମ୍ୟାନ ଥିବାବେଳେ ୨୦୧୧ ରୁ ୨୦୧୩ ପର୍ଯ୍ୟନ୍ତ ରାଜ୍ୟ ପର୍ଯ୍ୟଟନ ବିକାଶ ପ୍ରାଧିକରଣର ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri