ନନ୍ଦିତା କିଏ? ଯାହାଙ୍କୁ ବିବାହ କରିବାକୁ ଯାଉଛନ୍ତି ବିଦ୍ୟୁତ ଜାମଓ୍ବାଲ, କରିସ୍ମାଙ୍କ ପୂର୍ବସ୍ବାମୀଙ୍କ ସହ ରହିଛି ଖାସ୍‌ କନେକ୍ସନ

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ବିଦ୍ୟୁତ ଜାମଓ୍ବାଲ। ଲଣ୍ଡନରେ ପ୍ରେମିକା ନନ୍ଦିତା ମହତାନୀଙ୍କ ହାତ ଧରିବେ ସେ। ୨୦୨୧ରେ ଉଭୟ ନିର୍ବନ୍ଧ କରିସାରିଥିବା ବେଳେ ଏବେ ହଠାତ ବିବାହ ନେଇ ଖବର ଆସିବା ପରେ ବିଦ୍ୟୁତଙ୍କ ପ୍ରଶଂସକ ଚକିତ ହୋଇଛନ୍ତି। ଅନେକ ନନ୍ଦିତାଙ୍କ ବିଷୟରେ ଜାଣିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ଆସନ୍ତୁ ଜାଣିବା ସେ କିଏ…

ପେସାରେ ନନ୍ଦିତା ଜଣେ ଫ୍ୟାଶନ ଡିଜାଇନର। ସେ ଅଭିନେତା ଡିନୋ ମୋରିୟାଙ୍କ ସହ ମିଶି ‘ପ୍ଲେଗ୍ରାଉଣ୍ଡ’ ନାମକ କମ୍ପାନୀ ଚଳାଉଛନ୍ତି। କେବଳ ଏତିକି ନୁହେଁ ଗତ କିଛି ବର୍ଷ ଧରି ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଡିଜାଇନର ଏବଂ ଷ୍ଟାଇଲିଷ୍ଟ ଅଛନ୍ତି।

କେବଳ ଏତିକି ନୁହେଁ ନନ୍ଦିତା ବଲିଉଡ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ବାମୀ ସଞ୍ଜୟ କପୁରଙ୍କ ପ୍ରଥମ ପତ୍ନୀ ମଧ୍ୟ ଥିଲେ। ତାଙ୍କୁ ଛାଡ଼ପତ୍ର ଦେବା ପରେ ସଞ୍ଜୟ କରିସ୍ମାଙ୍କୁ ବିବାହ କରିଥିଲେ। ହେଲେ ୨୦୧୬ରେ ଏହି ବିବାହ ମଧ୍ୟ ଭାଙ୍ଗିଥିଲା।
ପ୍ରଥମ ସ୍ବାମୀଙ୍କଠାରୁ ଅଲଗା ହେବା ପରେ ନନ୍ଦିତା ଅନେକ ବଲିଉଡ୍‌ ଅଭିନେତାଙ୍କୁ ଡେଟ୍‌ କରିଥିବା କୁହାଯାଏ। ସେଥିରେ ରଣବୀର କପୁର ଏବଂ ଡିନୋ ମୋରିଆଙ୍କ ଭଳି ଅଭିନେତା ସାମିଲ ଅଛନ୍ତି। ହେଲେ ସେମାନଙ୍କ ମଧ୍ୟରୁ କେହି ବି ଏନେଇ ମୁହଁ ଖୋଲି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri