Posted inଜାତୀୟ

କିଏ ସେହି ନଭ୍ୟା? ଯିଏକି ପ୍ରିୟଙ୍କାଙ୍କୁ ଦେବେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯ା୧୦: କେରଳର ଓ୍ବାୟନାଡ୍‌ ଲୋକ ସଭା ଆସନ ପାଇଁ ନଭେମ୍ବର ୧୩ରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ସେଠାରୁ ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ସେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିରୋଧରେ ନିର୍ବାଚନ ଲଢ଼ିବେ।

ନଭ୍ୟା ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସାଧାରଣ ସମ୍ପାଦିକା ଅଛନ୍ତି। ସେ କୋଝିକୋଡ୍‌ କର୍ପୋରେଶନରୁ ଦୁଇଥର କାଉନ୍‌ସିଲର ରହିବା ସହ କର୍ପୋରେଶନର ଭାଜପା ସଂସଦୀୟ ଦଳ ନେତା ଥିଲେ। ୨୦୨୧ ବିଧାନସଭା ନିର୍ବାଚନରେ ତାଙ୍କୁ କୋଝିକୋଡ୍‌ ସାଉଥ୍‌ ଆସନରୁ ଏନ୍‌ଡିଏ ପ୍ରାର୍ଥୀ କରାଯାଇଥିଲା। ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨ଟି ଆସନରୁ ବିଜୟୀ ହେବା ପରେ ରାଏବରେଲିକୁ ନିଜ ହାତରେ ରଖି ଓ୍ବାୟନାଡ୍‌ ଆସନକୁ ଛାଡ଼ିଥିଲେ। ଫଳରେ ସେଠାରେ ଉପନିର୍ବାଚନ ଆବଶ୍ୟକ ପଡ଼ିଥିଲା। ସେଠାରୁ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ପ୍ରଥମ ଥର ପାଇଁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?