Posted inଜାତୀୟ

କିଏ ସେହି ଭାଜପା ନେତା, ଯିଏ କେଜ୍‌ରିୱାଲଙ୍କୁ ହରାଇ କଲେ ରେକର୍ଡ, ଏମିତି ଥିଲା ତାଙ୍କର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ, ୮।୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି)କୁ ବଡ଼ ଝଟକା ଲାଗିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ନୂଆଦିଲ୍ଲୀ ଆସନରୁ ନିର୍ବାଚନ ହାରିଯାଇଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ପ୍ରବେଶ ବର୍ମା ତାଙ୍କୁ ୩,୧୮୬ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ୨୦୧୩ରୁ କେଜ୍‌ରିୱାଲଙ୍କ ଗଡ଼ ଭାବରେ ବିବେଚିତ ନୂଆଦିଲ୍ଲୀ ଆସନ ଏଥର ଭାଜପା ସପକ୍ଷରେ ଗଲା। ଏହି ପରାଜୟକୁ ଏଏପିପାଇଁ ଏକ ବଡ଼ ରାଜନୈତିକ ବାର୍ତ୍ତା ବୋଲି ବିବେଚନା କରାଯାଉଛି, କାରଣ ଏହି ଆସନଟି ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲଙ୍କ ଥିଲା। ନିର୍ବାଚନ ଫଳାଫଳ ପରେ, ପ୍ରବେଶ ବର୍ମା କହିଛନ୍ତି ଯେ ଜନସାଧାରଣ ପରିବର୍ତ୍ତନ ପାଇଁ ଭୋଟ ଦେଇଛନ୍ତି ଏବଂ ଭାଜପା ଦିଲ୍ଲୀକୁ ବିକାଶର ଏକ ନୂତନ ଦିଗରେ ନେଇଯିବ।

ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ପାଇଁ ଦାବିଦାର କୁହାଯାଉଥିବା ପ୍ରବେଶ ବର୍ମାଙ୍କ ଶିକ୍ଷା ଠାରୁ ରାଜନୀତି ପର୍ଯ୍ୟନ୍ତ ଯାତ୍ରା ବିଷୟରେ ଆସନ୍ତୁ ଜାଣିବା…

ପ୍ରବେଶ ବର୍ମାଙ୍କ ଜନ୍ମ ୭ ନଭେମ୍ବର ୧୯୭୭ରେ ଦିଲ୍ଲୀରେ ହୋଇଥିଲା। ସେ ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ସାହିବ ସିଂହଙ୍କ ପୁଅ। ତାଙ୍କ ମାତାଙ୍କ ନାମ ରାମପ୍ୟାରୀ ବର୍ମା। ପ୍ରବେଶ ବର୍ମା ସ୍ବାତୀ ସିଂହଙ୍କୁ ବିବାହ କରିଛନ୍ତି। ପ୍ରବେଶ ବର୍ମା ତାଙ୍କର ପ୍ରାରମ୍ଭିକ ଶିକ୍ଷା ଦିଲ୍ଲୀ ପବ୍ଲିକ ସ୍କୁଲ, ଆର.କେ. ପୁରମରୁ ପ୍ରାପ୍ତ କରିଥିଲେ। ଏହା ପରେ ସେ କିରୋଡିମଲ କଲେଜରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।

ପ୍ରବେଶ ବର୍ମା ୨୦୧୩ ରେ ତାଙ୍କର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ, ଯେତେବେଳେ ସେ ଭାଜପା ଟିକେଟରେ ମୋହରୌଲି ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ଏବଂ କଂଗ୍ରେସର ବରିଷ୍ଠ ନେତା ଯୋଗାନନ୍ଦ ଶାସ୍ତ୍ରୀଙ୍କୁ ହରାଇଥିଲେ। ଏହା ପରେ ୨୦୧୪ ଲୋକ ସଭା ନିqର୍ବାଚନରେ ସେ ପଶ୍ଚିମ ଦିଲ୍ଲୀ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ଜିତିଥିଲେ। ୨୦୧୯ ଲୋକ ସଭା ନିର୍ବାଚନରେ ସେ କଂଗ୍ରେସର ମହାବଳ ମିଶ୍ରଙ୍କୁ ଚ୍ୟାଲେଞ୍ଜ କରି ହରାଇ ରେକର୍ଡ ସୃଷ୍ଟି କରିଥିଲେ।

୨୦୨୫ ଭାଜପା ଦିଲ୍ଲୀ ବିଧାନସଭା ନିର୍ବାଚନରେ ତାଙ୍କୁ ନୂଆଦିଲ୍ଲୀ ଆସନରୁ ପ୍ରାର୍ଥୀ କରିଥିଲା। ଯେଉଁଠାରେ ସେ ଆମ ଆଦମୀ ପାର୍ଟି ନେତା ଅରବିନ୍ଦ କେଜ୍‌ରିୱାଲଙ୍କ ବିପକ୍ଷରେ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri