Posted inଜାତୀୟ

ମମତାଙ୍କ ବିରୋଧରେ ଛିଡ଼ା ହେଉଥିବା ପ୍ରିୟଙ୍କାଙ୍କ ସମ୍ପର୍କରେ ଜାଣନ୍ତୁ

ପଶ୍ଚିମବଙ୍ଗ,୧୦।୯: ଆଗକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭବାନୀପୁର ଉପ ନିର୍ବାଚନରେ କଡ଼ା ମୁକାବିଲା ଦେବାକୁ ଭାଜପା ପକ୍ଷରୁ ପ୍ରିୟଙ୍କା ତିବ୍ରେୱାଲଙ୍କୁ ଚୟନ କରାଯାଇଛି। ତେବେ ପ୍ରିୟଙ୍କା କିଏ ଓ ତାଙ୍କୁ କାହିଁକି ଭାଜପା ପ୍ରାର୍ଥୀ ଭାବେ ଚୟନ କଲା, ଏଭଳି ପ୍ରଶ୍ନ ଉଠିବା ସ୍ବାଭାବିକ। ପେଶାରେ ପ୍ରିୟଙ୍କା ଜଣେ ଓକିଲ, ଆଇନଗତ ପରାମର୍ଶଦାତା ଓ ଯୁବ ନେତ୍ରୀ।

ପ୍ରିୟଙ୍କା ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଗ୍ରାଜୁଏଟ୍‌ ହେବା ପରେ କାଲକାତା ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷାଲାଭ କରିଥିଲେ। ତା’ ପରଠୁ କାଲକାତାର ଉଚ୍ଚ ଓ ସର୍ବୋଚ୍ଚ ନ୍ୟାୟାଳୟରେ ଓକିଲାତି କରୁଛନ୍ତି। ବାବୁଲ ସୁପ୍ରିୟଙ୍କ ଆଇନଗତ ପରାମର୍ଶଦାତା ଭାବେ ୨୦୧୪ରୁ ସେ ଭାଜପା ସହ ଜଡ଼ିତ ଥିଲେ। ନିର୍ବାଚନ ପରବର୍ତ୍ତୀ ହିଂସାରେ ଭାଜପା ନେତା ଅଭିଜିତ୍‌ ସରକାରଙ୍କ ହତ୍ୟା ହୋଇଥିଲା। ଏହି ମାମଲାରେ ସିବିଆଇ ତଦନ୍ତ ଦାବି କରି ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବା ସହ ନିର୍ବାଚନୀ ପରବର୍ତ୍ତୀ ହିଂସାର ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଉଲ୍ଲେଖଯୋଗ୍ୟ, ୨୦୨୧ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମ ଆସନରେ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ପରାସ୍ତ ହୋଇଥିଲା। ଏବେ ମମତାଙ୍କୁ ତାଙ୍କ ମୁଖ୍ୟମନ୍ତ୍ରୀ ପଦକୁ ସୁରକ୍ଷିତ ରଖିବା ପାଇଁ ଉପ ନିର୍ବାଚନର ସମ୍ମୁଖୀନ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?