Posted inଜାତୀୟ

ମମତାଙ୍କ ବିରୋଧରେ ଛିଡ଼ା ହେଉଥିବା ପ୍ରିୟଙ୍କାଙ୍କ ସମ୍ପର୍କରେ ଜାଣନ୍ତୁ

ପଶ୍ଚିମବଙ୍ଗ,୧୦।୯: ଆଗକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭବାନୀପୁର ଉପ ନିର୍ବାଚନରେ କଡ଼ା ମୁକାବିଲା ଦେବାକୁ ଭାଜପା ପକ୍ଷରୁ ପ୍ରିୟଙ୍କା ତିବ୍ରେୱାଲଙ୍କୁ ଚୟନ କରାଯାଇଛି। ତେବେ ପ୍ରିୟଙ୍କା କିଏ ଓ ତାଙ୍କୁ କାହିଁକି ଭାଜପା ପ୍ରାର୍ଥୀ ଭାବେ ଚୟନ କଲା, ଏଭଳି ପ୍ରଶ୍ନ ଉଠିବା ସ୍ବାଭାବିକ। ପେଶାରେ ପ୍ରିୟଙ୍କା ଜଣେ ଓକିଲ, ଆଇନଗତ ପରାମର୍ଶଦାତା ଓ ଯୁବ ନେତ୍ରୀ।

ପ୍ରିୟଙ୍କା ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଗ୍ରାଜୁଏଟ୍‌ ହେବା ପରେ କାଲକାତା ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷାଲାଭ କରିଥିଲେ। ତା’ ପରଠୁ କାଲକାତାର ଉଚ୍ଚ ଓ ସର୍ବୋଚ୍ଚ ନ୍ୟାୟାଳୟରେ ଓକିଲାତି କରୁଛନ୍ତି। ବାବୁଲ ସୁପ୍ରିୟଙ୍କ ଆଇନଗତ ପରାମର୍ଶଦାତା ଭାବେ ୨୦୧୪ରୁ ସେ ଭାଜପା ସହ ଜଡ଼ିତ ଥିଲେ। ନିର୍ବାଚନ ପରବର୍ତ୍ତୀ ହିଂସାରେ ଭାଜପା ନେତା ଅଭିଜିତ୍‌ ସରକାରଙ୍କ ହତ୍ୟା ହୋଇଥିଲା। ଏହି ମାମଲାରେ ସିବିଆଇ ତଦନ୍ତ ଦାବି କରି ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବା ସହ ନିର୍ବାଚନୀ ପରବର୍ତ୍ତୀ ହିଂସାର ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଉଲ୍ଲେଖଯୋଗ୍ୟ, ୨୦୨୧ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମ ଆସନରେ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ପରାସ୍ତ ହୋଇଥିଲା। ଏବେ ମମତାଙ୍କୁ ତାଙ୍କ ମୁଖ୍ୟମନ୍ତ୍ରୀ ପଦକୁ ସୁରକ୍ଷିତ ରଖିବା ପାଇଁ ଉପ ନିର୍ବାଚନର ସମ୍ମୁଖୀନ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri