Posted inଜାତୀୟ

ଏଥର କଂଗ୍ରେସର ନୂଆ ଅଧ୍ୟକ୍ଷ ରାହୁଲ ନା ଆଉ କିଏ?

ନୂଆଦିଲ୍ଲୀ,୧୦।୫: ଦେଶରେ ୫ଟି ବିଧାନସଭା ନିର୍ବାଚନ ଶେଷ ହେବା ପରେ ବର୍ତ୍ତମାନ କଂଗ୍ରେସ ରାଜନୀତି ଗରଗରମ ହୋଇଉଠିଛି। ଚଳିତଥର କିଏ ଦଳର ମଙ୍ଗୁଆଳ ହେବ ସେ ନେଇ ଜୋରସୋର୍‌ ଚର୍ଚ୍ଚା ଚାଲିଛି। ଦଳର ବରିଷ୍ଠ ନେତ୍ରୀ ତଥା ବର୍ତ୍ତମାନର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ କାହାକୁ ଦାୟିତ୍ୱ ଦେବେ ସେନେଇ ଅଙ୍କକଷା ଆରମ୍ଭ ହୋଇଛି।

ଜୁନ୍‌ ୨୩ରେ ଦଳର ଦଳର ସଭାପତି ପାଇଁ ମତଦାନ ଅନୁଷ୍ଠିତ ହେବ। ଦଳର ଓ୍ବାର୍କିଂ କମିଟି ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବ ବୋଲି ଜଣାପଡ଼ିଛି। ତେବେ ଦେଶରେ ବର୍ତ୍ତମାନ କଂଗ୍ରେସର ସ୍ଥିତି ଯାହା କାହାକୁ ମଙ୍ଗୁଆଳ କରି ଦଳ ଆଗକୁ ବଢ଼ିବ ତାହା ଦେଖିବାକୁ ବାକି ରହିଲା।

ସୂଚନାଯୋଗ୍ୟ, ୨୦୧୯ ଲୋକସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାସ୍ତ ହେବା ପରେ ରାହୁଲ ଗାନ୍ଧୀ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ସେହିଦିନଠାରୁ ସୋନିଆ ଗାନ୍ଧୀ ଦଳର ଅସ୍ଥାୟୀ ଅଧ୍ୟକ୍ଷା ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri