Posted inଜାତୀୟ

କିଏ ସେହି ରାଜୀବ କୁମାର, ଯାଙ୍କୁ ଡିଜିପି ପଦରୁ ହଟାଇଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୯।୩:ପଶ୍ଚିମବଙ୍ଗ ପୋଲିସ ମହାନିର୍ଦ୍ଦେଶକ ପଦରୁ ରାଜୀବ କୁମାରଙ୍କୁ ସୋମବାର ଅପରାହ୍ନରେ ନିର୍ବାଚନ କମିଶନ ହଟାଇବା ପରେ ଏହି ବରିଷ୍ଠ ପୋଲିସ ଅଧିକାରୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ୨୦୨୩ ଡିସେମ୍ବରରେ ମନୋଜ ମାଲବ୍ୟ ଡିଜିପି ପଦରୁ ଅବସର ନେବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ରାଜୀବଙ୍କୁ ତାଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଥିଲା। ଏହା ପୂର୍ବରୁ ରାଜୀବ କୋଲକାତା ପୋଲିସ କମିଶନର ଏବଂ ବିଧାନନଗର ପୋଲିସ ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ। ସେ ସିଆଇଡି, ଏସ୍‌ଟିଏଫ୍‌ ମୁଖ୍ୟ ଏବଂ ସୂଚନା କାରିଗରି ଓ ଇଲେକ୍ଟ୍ରୋନିକ୍ସ ବିଭାଗ ପ୍ରମୁଖ ସଚିବ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ୨୦୧୯ରେ ରାଜ୍ୟ ସରକାର ସରଧା ଦୁର୍ନୀତିର ତଦନ୍ତ ପାଇଁ ଏକ ଏସ୍‌ଆଇଟି ଗଠନ କରିଥିବାବେଳେ ରାଜୀବ ଏହି ମାମଲାର ପ୍ରମାଣ ନଷ୍ଟ କରିଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଅଭିଯୋଗ ଆଣିଥିଲା। ସିବିଆଇର ଅଭିଯୋଗ ଏବଂ ସେହି ବର୍ଷ ଫେବୃଆରୀରେ ରାଜୀବଙ୍କ ଘରେ ଚଢ଼ାଉ ପରେ ମୁଖ୍ୟମନ୍ତ୍ରୀ ମମତା ଦୁଇଦିନ ଧାରଣାରେ ବସିଥିଲେ। ସୁପ୍ରିମକୋର୍ଟ ରାଜୀବଙ୍କ୍‌ୁ ଗିରଫଦାରିରୁ ସୁରକ୍ଷା ଦେବାପରେ ମମତା ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri