କାହା କଥା ସତ: ବିରୋଧୀ ନା ଶାସକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବୁଧବାର ଶେଷ ହୋଇଯାଇଛି। ନିର୍ବାଚନ ପୂର୍ବରୁ କେତେକ ସ୍ଥାନରେ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟିଂ ସମୟରେ ମଧ୍ୟ ଅନେକ ସ୍ଥାନରେ ବାଲଟ ବକ୍ସ ନେଇଯିବା ସହ ବୁଥ୍‌ କ୍ୟାପ୍‌ଚରିଂ ଭଳି ସ୍ଥିତି ସୃଷ୍ଟି ହୋଇଛି। ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନ ସମୟରେ ଯେପରି ହିଂସାତ୍ମକ ସ୍ଥିତିକୁ ନିୟନ୍ତ୍ରଣରେ ରଖାଯାଇପାରିବ ସେଥିପ୍ରତି ଧ୍ୟାନଦେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ବିରୋଧୀ କିନ୍ତୁ ଏଭଳି ସ୍ଥିତି ପାଇଁ ଶାସକ ଦଳ ଆଡ଼କୁ ଅଙ୍ଗୁଳି ଉଠାଇଛନ୍ତି। ସମାନଭାବେ ବିଜେଡି ମଧ୍ୟ ଭାଜପା ଏଭଳି ହିଂସା ରାଜ୍ୟରେ ଘଟାଉଛି ବୋଲି କହି ପାଲଟା ଟାର୍ଗେଟ କରିଛି। ତେବେ ଏହିସବୁ ଘଟଣାକୁ ନେଇ ବିରୋଧୀ ନା ଶାସକ କିଏ ଠିକ୍‌ ଏବଂ କିଏ ଭୁଲ୍‌ ତାକୁ ନେଇ ରାଜନୈତିକ ମହଲରେ ପ୍ରଶ୍ନ ଉଠିବା ଆରମ୍ଭ ହେଲାଣି।
ଧର୍ମେନ୍ଦ୍ର ପ୍ରଧାନ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଶାସକ ଦଳକୁ ଟାର୍ଗେଟ କରି କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଶାସକ ଦଳର ହିଂସା ଓ ଅରାଜକତା ନିନ୍ଦନୀୟ। ଏଥର ତୃଣମୂଳସ୍ତରରେ ଭୋଟ୍‌ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଦ୍ଭୁତପୂର୍ବ ଉତ୍ସାହ ଦେଖାଦେଇଛି। ଏହା ଗଣତନ୍ତ୍ର ଲାଗି ଏକ ଶୁଭ ସଙ୍କେତ। ହେଲେ ଭୋଟ ସମୟରେ ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ୱର, ବାଙ୍ଗିରିପୋଷୀ, ଭଟଲି ଓ ପାଟଣାଗଡ଼ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଛି। ଏହା ପୂର୍ବରୁ ପ୍ରାକ୍‌ ନିର୍ବାଚନୀ ହିଂସା ମଧ୍ୟ ଘଟିଛି। ଏହା ନିଶ୍ଚୟ ଚିନ୍ତାଜନକ ଏବଂ ଦୁଃଖଦାୟକ। ରାଜ୍ୟରେ ଆହୁରି ୪ଟି ପର୍ଯ୍ୟାୟରେ ମତଦାନ ହେବାକୁ ଯାଉଛି। ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ହିଂସାରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଧର୍ମେନ୍ଦ୍ର କହିଛନ୍ତି।
ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ହିଂସାରେ ଶେଷ ହୋଇଛି। ବହୁ ସ୍ଥାନରେ ବୁଥ୍‌ ଜବରଦଖଲ ଏବଂ ମାରପିଟ ହୋଇଥିବା ନଜରକୁ ଆସିଛି। ଖବରଦାତାମାନେ ମଧ୍ୟ ମାଡ଼ରୁ ବର୍ତ୍ତିନାହାନ୍ତି। ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନ ନେଇ ସରକାର ପ୍ରସ୍ତୁତ ବୋଲି ଯାହା କହୁଥିଲେ ତାହା ମିଛ ପ୍ରମାଣିତ ହୋଇଛି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି କେଉଁସ୍ତରକୁ ଖସିଯାଇଛି ତାହା ଜଣାପଡ଼ିଛି। ଏଭଳି ଅରାଜକତା ସୃଷ୍ଟି କରିଥିବା ବ୍ୟକ୍ତିମାନଙ୍କୁ ଗିରଫ କରି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯାଉ। ପରବର୍ତ୍ତୀ ପର୍ଯ୍ୟାୟ ନିର୍ବାଚନଗୁଡ଼ିକ ଯେପରି ସ୍ବଚ୍ଛ ହେବ ସେଥିପ୍ରତି ଧ୍ୟାନଦେବାକୁ ନିରଞ୍ଜନ କହିଛନ୍ତି।
ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିରୋଧୀଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ପାଲଟା ଟାର୍ଗେଟ କରିବା ସହ କହିଛନ୍ତି, ବିଜେଡି ସବୁବେଳେ ଅହିଂସାରେ ବିଶ୍ୱାସକରେ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ଼ କରାଯାଇ ପାରିବ ବୋଲି ବିଶ୍ୱାସକରେ। ଦୁଃଖର କଥା ଓଡ଼ିଶାର ପ୍ରମୁଖ ବିରୋଧୀ ଦଳ ଭାଜପା ଚଳିତ ପଞ୍ଚାୟତ ନିର୍ବାଚନରେ ହାରିବା ଭୟରେ ହିଂସା କରୁଛି ା ଭାଜପା ବିଧାୟକ ଜୟନାରାୟଣ ମିଶ୍ର ସରକାରୀ କର୍ମଚାରୀଙ୍କୁ ଧମକାଉଛନ୍ତି ା ଭାଜପା ନେତା ଓ କର୍ମୀମାନେ ଗଜପତି ଓ ପିପିଲିରେ ବିଜେଡି ଜ଼ିଲା ପରିଷଦ ପ୍ରାର୍ଥୀଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିଛନ୍ତି ା କୋରାପୁଟ, ସାଲେପୁର, ବ୍ରହ୍ମଗିରି, କଣାସ, ଢେଙ୍କାନାଳ ଏବଂ ଆହୁରି ଅନେକ ଜିଲାରେ ଭାଜପା ନିର୍ବାଚନୀ ହିଂସା କରିଛି ା ଏହା ପୂର୍ବରୁ ଭାଜପା ଏମ୍‌ପି ଜୁଏଲ ଓରାମ ଜଣେ ମହିଳାଙ୍କ ସହ ଅସଦାଚରଣ କରିବା ଓ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ସରକାରୀ କର୍ମଚାରୀଙ୍କ ଉପରେ ଆକ୍ରମଣକରି ତାଙ୍କ ହାତ ଭାଙ୍ଗିଦେବା ଭଳି ଘଟଣା ଭାଜପାର ହିଂସା ପ୍ରବଣତାକୁ ଦର୍ଶାଇ ଥିଲା ା ବିଜେଡି ଆଶା କରୁଛି, ଭାଜପା ହିଂସାରୁ ନିବୃତ୍ତ ରହି ଏହି ଗଣତନ୍ତ୍ରର ପର୍ବକୁ ଅହିଂସା ଦ୍ୱାରା ସୁଦୃଢ କରିବ। ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି, ପ୍ରଥମ ପର୍ଯ୍ୟାୟ ଭୋଟିଂ ସମୟରେ ରାଜ୍ୟରେ ଯେଉଁଭଳି ହିଂସାତ୍ମକ ସୃଷ୍ଟି ହୋଇଛି ତାହା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ନିର୍ବାଚନ କମିଶନଙ୍କୁ ଭେଟି ଦାବି ଜଣାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri