ଭାରତୀୟ ବଂଶୋଦ୍ଭବ ରିଷି ସୁନକ ହୋଇପାରନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୭।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇ ଦିନ ମଧ୍ୟରେ ୪୦ରୁ ଅଧିକ ମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେବା ପରେ ତାଙ୍କ ଉପରେ ଚାପ ପଡିବାରୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ଜନସନଙ୍କ ପରେ କିଏ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବେ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହି ରେସ୍‌ରେ ସବୁଠୁ ଆଗରେ ଅଛନ୍ତି ଭାରତୀୟ ବଂଶୋଦ୍ଭବ ରିଷି ସୁନକ। ସେ ବୋରିଶ ଜନସନ ସରକାରରେ ଅର୍ଥ ମନ୍ତ୍ରୀ ଥିଲେ। ସୁନକ ଇନ୍‌ଫୋସିସ୍‌ ସହ-ସଂସ୍ଥାପକ ତଥା ପ୍ରଖ୍ୟାତ ବ୍ୟବସାୟୀ ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ। ୪୨ ବର୍ଷୀୟ ସୁନକ ୨୦୨୦ ଫେବୃୟାରୀରେ ବ୍ରିଟେନ୍‌ର ଅର୍ଥ ମନ୍ତ୍ରୀ ହୋଇ ଇତିହାସ ରଚିଥିଲେ।
ବ୍ରିଟେନର ଏମ୍‌ପି କ୍ରିସ ପିଞ୍ଚର ମଦ୍ୟପାନ କରି ଲୋକଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ମଧ୍ୟ ପ୍ରଶ୍ନ ଉଠିଥିଲା। ସବୁ ଜାଣି  କ୍ରିସ ପିଞ୍ଚରଙ୍କୁ ପଦୋନ୍ନତି ନେଇଥିଲେ ଜନସନ। ଏହାକୁ ଅନେକ ଏମ୍‌ପି ବିରୋଧ କରିଥିଲେ। ପରେ ଅବଶ୍ୟ ବୋରିସ ଜନସନ ଏହି ଘଟଣାରେ କ୍ଷମା ମାଗିଥିଲେ। କିନ୍ତୁ ତାଙ୍କ ବିରୋଧରେ ମନ୍ତ୍ରୀମାନେ ମଧ୍ୟ ଅସନ୍ତୁଷ୍ଟ ଥିଲେ। ସେମାନେ ବୋରିସଙ୍କ ଇସ୍ତଫା ଦାବି କରିଥିଲେ। ଫଳରେ ଜନସନଙ୍କୁ ବିଦ୍ରୋହୀ ନେତାଙ୍କ ଦାବିରେ ମୁଣ୍ଡ ନୁଆଁଇବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?