Posted inଜାତୀୟ

ସମ୍ବଭ ଜୈନ କିଏ? ଯାହାଙ୍କ ହାତ ଧରିଲେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଝିଅ ହର୍ଷିତା

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଝିଅ ହର୍ଷିତା କେଜ୍‌ରିଓ୍ବାଲ ନିଜ ଆଇଆଇଟି ବ୍ୟାଚମେଟ୍‌ ସମ୍ବଭ ଜେନାଙ୍କୁ ବିବାହ କରିଛନ୍ତି। ଦିଲ୍ଲୀର କପୁରଥଲା ହାଉସରେ ଏହି ବିବାହ ହୋଇଥିଲା, ଯେଉଁଠାରେ ଦୁଇ ପରିବାର ବ୍ୟତୀତ କେବଳ ସମ୍ପର୍କୀୟ ଏବଂ ବନ୍ଧୁ ଦେଇଥିଲେ। ହର୍ଷିତାଙ୍କ ବିବାହରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ସମେତ ଅନେକ ମନ୍ତ୍ରୀ ଏବଂ ନେତା ଯୋଗ ଦେଇଥିଲେ। ଏହି ବିବାହ ଏବେ ଚର୍ଚ୍ଚାରେ ଥିବା ବେଳେ କେଜ୍‌ରିଓ୍ବାଲଙ୍କ ଜ୍ୱାଇଁ ସମ୍ଭବ ଜୈନ କଣ କରନ୍ତି ବୋଲି ପ୍ରଶ୍ନ ଆସିଛି।

ତେବେ ସମ୍ଭବ ଏକ ଜିନି କମ୍ପାନୀରେ ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ କନ୍‌ସଲ୍ଟଟାଣ୍ଟ ଭାବରେ କାର୍ଯ୍ୟ କରୁଛନ୍ତି। ମିଡିଆ ରିପୋର୍ଟ ଅନୁସାରେ, ସମ୍ଭବ ଏବଂ ହର୍ଷିତା କିଛି ମାସ ପୂର୍ବରୁ ଏକ ଷ୍ଟାର୍ଟଅପ ଆରମ୍ଭ କରିଥିଲେ। ଦୁହେଁ ପରସ୍ପରକୁ ପୂର୍ବରୁ ଜାଣନ୍ତି ଏବଂ ଏବେ ସେମାନେ ବିବାହ କରିଛନ୍ତି।

୨୯ ବର୍ଷୀୟା ହର୍ଷିତା କେଜରିୱାଲଙ୍କ ବଡ଼ ଝିଅ ଏବଂ ଆଇଆଇଟି ଦିଲ୍ଲୀର ପୂର୍ବତନ ଛାତ୍ର। ତାଙ୍କ ଭାଇ ପୁଲକିତ ମଧ୍ୟ JEE ରେ ସଫଳତା ହାସଲ କରିଛନ୍ତି। ଅରବିନ୍ଦ କେଜରିୱାଲ ନିଜେ ମଧ୍ୟ IIT ଖଡଗପୁରର ଛାତ୍ର ରହିଛନ୍ତି।

ହର୍ଷିତା କେଜ୍‌ରିିୱାଲ ନୋଏଡାର ଦିଲ୍ଲୀ ପବ୍ଲିକ ସ୍କୁଲରୁ ତାଙ୍କର ସ୍କୁଲ ଶିକ୍ଷା ଗ୍ରହଣ କରିଥିଲେ ଏବଂ ୨୦୧୪ରେ IIT-JEE ଆଡଭାନ୍ସଡ ପରୀକ୍ଷାରେ ୩,୩୨୨ତମ ସ୍ଥାନ ହାସଲ କରିଥିଲେ। ତା’ପରେ ହର୍ଷିତା IIT ଦିଲ୍ଲୀରୁ କେମିକାଲ ଇଞ୍ଜିନିୟରିଂରେ ସ୍ନାତକ କରିଥିଲେ, ଯେଉଁଠାରେ ସେ ତାଙ୍କ ବିଭାଗରେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ପାଠପଢ଼ା ସମୟରେ ତାଙ୍କୁ ଅନେକ ନାମୀଦାମୀ କମ୍ପାନୀରୁ ଚାକିରିର ପ୍ରସ୍ତାବ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri