Posted inଜାତୀୟ

କିଏ ସେହି ସଞ୍ଜୟ ମାଲହୋତ୍ରା, ଯିଏ ହେବେ ଭାରତୀୟ ରିଜର୍ଭ ବ୍ୟାଙ୍କର ଆଗାମୀ ଗଭର୍ନର

ନୂଆଦିଲ୍ଲୀ,୯ା୧୨:କେନ୍ଦ୍ର ସରକାର ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରାଙ୍କୁ ସୋମବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ୨୬ତମ ଗଭର୍ନର ନିଯୁକ୍ତ କରିଛନ୍ତି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ମାଲହୋତ୍ରାଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ସେ ବୁଧବାରଠାରୁ କାର୍ଯ୍ୟଭାର ଗ୍ରହଣ କରିବା ସହ ଏହି ପଦବୀରେ ୩ ବର୍ଷ ରହିବେ।
ବର୍ତ୍ତମାନର ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେଉଥିବାବେଳେ ତାଙ୍କ ସ୍ଥାନରେ ୧୯୯୦ ବ୍ୟାଚ୍‌ର ରାଜସ୍ଥାନ କ୍ୟାଡର ଆଇଏଏସ୍‌ ଅଫିସର ମାଲହୋତ୍ରା ଦାୟିତ୍ୱ ଗ୍ରହଣ କରିବେ। ସେ ଆଇଆଇଟଇ କାନପୁରରୁ କମ୍ପ୍ୟୁଟର ସାଇନ୍ସରେ ଇଞ୍ଜିନିୟରିଂ ଗ୍ରାଜୁଏଟ୍‌ ହୋଇଥିବାବେଳେ ଆମେରିକାର ପ୍ରିନ୍ସଟନ୍‌ ୟୁନିଭର୍ସିଟିରୁ ପବ୍ଲିକ୍‌ ପଲିସିରେ ସ୍ନାତକୋତ୍ତର ଡିଗ୍ରୀ କରିଛନ୍ତି। ମାଲହୋତ୍ରା ତାଙ୍କର ୩୩ ବର୍ଷରୁ ଊର୍ଦ୍ଧ୍ୱ କ୍ୟାରିୟର ମଧ୍ୟରେ ଶକ୍ତି, ଫାଇନାନ୍ସ ଏବଂ ଟିକସ ବିଭାଗ, ସୂଚନା ପ୍ରଯୁକ୍ତି, ଖଣି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ କାର୍ଯ୍ୟ କରିଛନ୍ତି। ଏବେ ସେ ଅର୍ଥ ମନ୍ତ୍ରଣାଳୟରେ ରାଜସ୍ବ ସଚିବ ରହିଛନ୍ତି। ଏହା ପୂର୍ବରୁ ସେ ଅର୍ଥ ମନ୍ତ୍ରଣାଳୟର ଆର୍ଥତ୍କ ସେବା ବିଭାଗ ସଚିବ ରହିଥିଲେ। କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଅଧୀନରେ ଅର୍ଥ ଏବଂ ଟିକସ ବ୍ୟବସ୍ଥାରେ ତାଙ୍କର ପର୍ଯ୍ୟାପ୍ତ ଅଭିଜ୍ଞତା ରହିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଟିକସ ସମ୍ପର୍କିତ ନୀତି ପ୍ରଣୟନରେ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା।
ସୂଚନାଯୋଗ୍ୟ, ଉର୍ଜିତ ପଟେଲଙ୍କ ଅଚାନକ ଇସ୍ତଫା ପରେ ୨୦୧୮ ଡିସେମ୍ବର ୧୨ରେ ଶକ୍ତିକାନ୍ତ ଆର୍‌ବିଆଇର ୨୫ତମ ଗଭର୍ନର ନିଯୁକ୍ତ ହୋଇଥିଲେ। ୩ ବର୍ଷର ଭାବେ କାର୍ଯ୍ୟ କରିବା ପରେ ତାଙ୍କ କାର୍ଯ୍ୟକାଳକୁ ବଢ଼ାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri