Posted inଖେଳ

ଚର୍ଚ୍ଚାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଚୟନ ହୋଇଥିବା ନୂଆ ନେଟ୍‌ ବୋଲର, ଜାଣନ୍ତୁ କିଏ ସେ ସୌରଭ କୁମାର..

ନୂଆଦିଲ୍ଲୀ,୨୩।୧: ଅଷ୍ଟ୍ରେଲିଆ ଗସ୍ତରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଇଂଲଣ୍ଡ ସହ ଘରୋଇ ଟେଷ୍ଟ ଖେଳିବାକୁ ପ୍ରସ୍ତୁତ ଭାରତୀୟ ଟିମ୍‌। ଆସନ୍ତା ଫେବୃୟାରୀ ୫ରୁ ଚେନ୍ନାଇରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। କିଛିଦିନ ପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପ୍ରଥମ ଦୁଇ ଟେଷ୍ଟ ପାଇଁ ୧୮ ସଦସ୍ୟ ବିଶିଷ୍ଟ ଟିମ୍‌, ୫ଜଣ ନେଟ୍‌ ବୋଲର୍‌ ଏବଂ ସୁରକ୍ଷିତ ଖେଳାଳିଙ୍କ ତାଲିକା ପ୍ରକାଶ କରିଥିଲା। ଉକ୍ତ ୫ଜଣ ନେଟ୍‌ ବୋଲରଙ୍କ ମଧ୍ୟରେ ଜଣେ ଥିଲେ ସୌରଭ କୁମାର। ଏହି ୨୭ ବର୍ଷୀୟ ବାମହାତି ସ୍ପିନର ଏବେ ସମସ୍ତ କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଚର୍ଚ୍ଚାର କାରଣ ପାଲଟିଛନ୍ତି।

କ୍ରିକେଟ ଜଗତରେ ଜଣାଶୁଣା ନାମ ନହେଲେ ବି ସୌରଭ ଅନ୍ତରାଷ୍ଟ୍ରୀୟସ୍ତରରେ ଚମକିବାର କ୍ଷମତା ରଖିଛନ୍ତି। ଘରୋଇ କ୍ରିକେଟରେ ସେ ଭଲ ପ୍ରଦର୍ଶନ କରିଛନ୍ତି। ୨୦୧୫ରେ ସେ ଉତ୍ତରପ୍ରଦେଶ ପାଇଁ ଡେବ୍ୟୁ କରିଥିଲେ। ସେ ୪୪ ଫାଷ୍ଟ କ୍ଲାସ କ୍ରିକେଟ୍‌ ଖେଳି ୧୯୨ ଉଇକେଟ ନେଇଥିଲେ। ୧୬ଥର ସେ ଗୋଟିଏ ପାଳିରେ ୫ ଉଇକେଟ ନେଇଥିବା ବେଳେ ୬ ଥର ୫ରୁ ଅଧିକ ଉଇକେଟ ହାସଲ କରିଛନ୍ତି। ୨୦୧୭ରେ ସୌରଭଙ୍କୁ ଆଇପିଏଲ୍‌ ଲାଗି ଚୟନ କରାଯାଇଥିଲା। ହେଲେ ତାଙ୍କୁ ମ୍ୟାଚ୍‌ ଖେଳିବାର ସୁଯୋଗ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?