Posted inଖେଳ

ଅଲମ୍ପିକ୍ସ ଖେଳିବେ ବିଧାୟିକା; ବାପା-ମା’ ଥିଲେ ଏମପି

ନୂଆଦିଲ୍ଲୀ,୨୫।୭: ଚଳିତ ଅଲମ୍ପିକ୍ସ ଗେମ୍ସ ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ୨୬ ଜୁଲାଇରୁ ୧୧ ଅଗଷ୍ଟ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି। ପ୍ୟାରିସ ଅଲମ୍ପିକ୍ସ ପାଇଁ ଭାରତର ୧୧୭ ଆଥଲେଟ ଅଂଶଗ୍ରହଣ କରୁଛନ୍ତି। ୨୦୨୦ ଟୋକିଓ ଅଲମ୍ପିକ୍ସରେ ଭାରତ ୭ ଟି ପଦକ ଜିତିଥିଲା। ଏବେ ଏହି ରେକର୍ଡକୁ ଭାଙ୍ଗି ଅଧିକ ପଦକ ଜିତିବା ଭାରତର ଲକ୍ଷ୍ୟ ରହିଛି।

ପ୍ୟାରିସ ଅଲମ୍ପିକ୍ସରେ ଶୁଟର ଶ୍ରେୟାଶୀ ସିଂହ ଅଂଶଗ୍ରହଣ କରିବାକୁ ଯାଉଛନ୍ତି। ସେ ସଟ୍‌ଗନ୍‌ ମହିଳା ଇଭେଣ୍ଟରେ ପ୍ରତିଯୋଗିତା କରିବେ। ବିହାରର ଜମୁଇ ବିଧାନସଭାରୁ ଭାଜପା ଟିକେଟରେ ବିଧାୟିକା ଅଛନ୍ତି। ଶ୍ରେୟସୀ ୨୦୨୦ ବିଧାନସଭା ନିର୍ବାଚନରେ ଆରଜେଡି’ର ବିଜୟ ପ୍ରକାଶଙ୍କୁ ପ୍ରାୟ ୪୧ ହଜାର ଭୋଟରେ ପରାସ୍ତ କରିଥିଲେ।

ଶ୍ରେୟାଶୀ ବିହାରର ବରିଷ୍ଠ ରାଜନେତା ଦିଗବିଜୟ ସିଂହଙ୍କ ଝିଅ, ଯିଏ ପୂର୍ବରୁ ଏମପି ଥିଲେ। ଶ୍ରେୟାସୀଙ୍କ ମା’ ପୁତୁଲ ସିଂହ ମଧ୍ୟ ପୂର୍ବରୁ ଏମପି ଥିଲେ। ତେବେ ୨୦୧୪ ମସିହାରେ ଶ୍ରେୟାସୀ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ଜିତିଥିଲେ।

ପୁଣି ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶ୍ରେୟାସୀ ଜବରଦସ୍ତ ପ୍ରଦର୍ଶନ କରି ଦେଶ ପାଇଁ ସ୍ଵର୍ଣ ପଦକ ଜିତିଥିଲେ। ଖେଳ ପ୍ରତି ତାଙ୍କର ଯୋଗଦାନକୁ ଦୃଷ୍ଟିରେ ରଖି ୨୦୧୮ରେ ତାଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri