Posted inଜାତୀୟ

କିଏ ସେହି ସିଦ୍ଧୁ ମୁସେୱାଲା?

ଅମୃତସର,୨୯।୫: ପ୍ରସିଦ୍ଧ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ଦିନ ଦ୍ୱିପହରରେ ଗୁଳି କରି ହତ୍ୟା କରାଯାଇଛି। ତାଙ୍କ ହତ୍ୟା ପଛର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। କିନ୍ତୁ ସିଦ୍ଧୁ ମୁସେୱାଲାଙ୍କ ଏହି ପ୍ରକାରର ହତ୍ୟା ପଞ୍ଜାବୀ ସଙ୍ଗୀତ ଶିଳ୍ପ ପାଇଁ ଏକ ବଡ଼ କ୍ଷତି।
ଗାୟକ ତଥା ରାପର ସିଦ୍ଧୁ ମୁସେୱାଲା ଜୁନ ୧୧, ୧୯୯୩ରେ ପଞ୍ଜାବର ମାନସା ଜିଲାର ମୁସା ଗାଁର ଏକ ପଞ୍ଜାବୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ପଞ୍ଜାବୀ ଫିଲ୍ମ ଏବଂ ସଙ୍ଗୀତ ଶିଳ୍ପରେ ନିଜର ଛାପ ଛାଡିଥିବା ସିଦ୍ଧୁ ମୁସେୱାଲାଙ୍କ ପ୍ରକୃତ ନାମ ଥିଲା ଶୁଭଦୀପ ସିଂ ସିଦ୍ଧୁ।
ସିଦ୍ଧୁ ମୋସୱାଲା ତାଙ୍କ କଲେଜ ଦିନରୁ ପଞ୍ଜାବୀ ସଙ୍ଗୀତ ଶିଳ୍ପ ଆଡକୁ ପାଦ ଦେବା ଆରମ୍ଭ କରିଥିଲେ। ସିଦ୍ଧୁ ମୁସେୱାଲାଙ୍କ ଗୀତ ଏବଂ ରାପିଙ୍ଗ ଶୈଳୀକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଥିଲେ। ମୁସେୱାଲା ଲୁଧିଆନାର ଗୁରୁ ନାନକ ଦେବ ଇଞ୍ଜିନିୟରିଂ କଲେଜରୁ ତାଙ୍କର ଇଞ୍ଜିନିୟରିଂ ପାଠ ଶେଷ କରିଥିଲେ।
ସିଦ୍ଧୁ ମୁସେୱାଲା ବର୍ଷ ବର୍ଷ ଧରି ରାପର-ଗାୟକ କରଣ ଅଜଲାଙ୍କ ସହ କିଛି ବିବାଦ ଚାଲିଥିଲା। ସୋସିଆଲ ମିଡିଆ ଏବଂ ଗୀତ ମାଧ୍ୟମରେ ଉଭୟ ଗାୟକ ପରସ୍ପରକୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳିଥିଲା। ମେ ୨୦୨୦ରେ, ମୁସେୱାଲାଙ୍କ ଦୁଇଟି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏଥିରେ ତାଙ୍କୁ ଏକେ-୪୭ ଏବଂ ପାଞ୍ଚ ଜଣ ପୋଲିସ କର୍ମଚାରୀଙ୍କ ସହିତ ବ୍ୟକ୍ତିଗତ ପିସ୍ତଲ ଚଳାଇବାରେ ତାଲିମ ନେଉଥିବାର ଦେଖାଯାଇଥିଲା। ଏହି ଘଟଣା ସାମ୍ନାକୁ ଆସିବା ପରେ ମୁସେୱାଲାଙ୍କୁ ସାହାଯ୍ୟ କରୁଥିବା ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିଲା। ଏହି ମାମଲାରେ ଆର୍ମସ ଆକ୍ଟ ଅନୁଯାୟୀ ମୁସେୱାଲାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ୨୦୨୦ ଡିସେମ୍ବରରେ ସିଦ୍ଧୁ ମୁସେୱାଲା ଖଲିସ୍ତାନକୁ ସମର୍ଥନ କରି ଚର୍ଚ୍ଚାକୁ ଆସିଥିଲେ।
ସିଦ୍ଧୁ ମୁସେୱାଲା ଡିସେମ୍ବର ୨୦୨୧ରେ କଂଗ୍ରେସରେ ଯୋଗ ଦେଇଥିଲେ। ନିକଟରେ ଶେଷ ହୋଇଥିବା ପଞ୍ଜାବ ନିର୍ବାଚନରେ ମୋଜୱାଲା ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏଥିରେ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri