Posted inଜାତୀୟ

ଅଭିଯୁକ୍ତ କିଏ, ସେ ଗିରଫ ହୋଇଛନ୍ତି କି: ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ …

ନୂଆଦିଲ୍ଲୀ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁୁର ହିଂସା ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ କଡ଼ା ପ୍ରଶ୍ନ ପଚରା ଯାଇଛି। ଏହି କାଣ୍ଡର ଅଭିଯୁକ୍ତ କିଏ? ତାଙ୍କୁ ଗିରଫ କରାଯାଇଛି କି ବୋଲି ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପକ୍ଷରୁ ପ୍ରଶ୍ନ କରାଯାଇଛି। ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା କେତେ ଜଣଙ୍କୁ ଗିରଫ କରାଯାଇଛି, କେତେ ଏଫ୍‌ଆଇଆର୍‌ ରୁଜୁ ହୋଇଛି, ଅଭିଯୁକ୍ତଙ୍କୁ ଯଦି ଗିରଫ କରାଯାଇଛି ତେବେ କିଭଳି ଗିରଫ ହୋଇଛି, ମୃତକଙ୍କ ରିପୋର୍ଟ, ତଦନ୍ତକାରୀ ଆୟୋଗ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଶୀର୍ଷ କୋର୍ଟ ରାଜ୍ୟ ସରକାରଙ୍କଠାରୁ ଲୋଡ଼ିଛନ୍ତି।

ଏଥିପାଇଁ ରାଜ୍ୟ ସରକାରଙ୍କୁ ଗୋଟିଏ ଦିନ ସମୟ ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କୁ ଶୁକ୍ରବାର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

କୋର୍ଟରେ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଆଇନଜୀବୀ ଗରିମା ପ୍ରସାଦ ଖଣ୍ଡପୀଠଙ୍କୁ ଅବଗତ କରାଇଥିଲେ ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଏଫ୍‌ଆଇଆର୍‌ ରୁଜୁ ହୋଇ ସାରିଛି। ଏହା ସହିତ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ତଦନ୍ତକାରୀ ଆୟୋଗ ମଧ୍ୟ ଗଠନ କରାଯାଇଛି।

ପ୍ରଧାନ ବିଚାରପତି ହାଇକୋର୍ଟରେ ଏନେଇ କେତେ ମାମଲା ଦାଖଲ ହୋଇଛି ତାହାର ଷ୍ଟାର୍ଟସ୍‌ ରିପୋର୍ଟ ଶୀଘ୍ର ଉପସ୍ଥାପନ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri