ଓଡ଼ିଶାକୁ ଉପମୁଖ୍ୟମନ୍ତ୍ରୀ ଦେବ ଭାଜପା, ଏହି ନେତାଙ୍କ ନାଁରେ ଲାଗିଲା ମୋହର!

ଭୁବନେଶ୍ୱର,୮।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ହେଲେ ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବେ ସେନେଇ ଏଯାଏ କୌଣସି ଘୋଷଣା ହୋଇନାହିଁ। ସେପଟେ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ଦଳ ଅଭିଜ୍ଞ ତଥା ଟାଣୁଣା ନେତାକୁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦେଇପାରେ ବୋଲି ବିଶ୍ୱାସ କରାଯାଉଛି।

ମୁଖ୍ୟମନ୍ତ୍ରୀ ରେସ୍‌ରେ ରାଜ୍ୟ ସଭାପତି ମନମୋହନ ସାମଲ ଆଗରେ ଅଛନ୍ତି। ୪୦ ବର୍ଷର ରାଜନୈତିକ କ୍ୟାରିୟରରେ ମେଣ୍ଟ ସରକାରରେ ମନ୍ତ୍ରୀ ହୋଇଥିବା ମନମୋହନଙ୍କର ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ପ୍ରଶାସନିକ ଅଭିଜ୍ଞତା ରହିଛି। ତାଙ୍କ ସହ ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ଓ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ନାଁ ଚର୍ଚ୍ଚାରେ ରହିଛି। ସେହିପରି ଜୟ ନାରାୟଣ ମିଶ୍ର, କନକବର୍ଦ୍ଧନ ସିଂଦେଓ ଏବଂ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ଏଥିସହ ଆହୁରି ମଧ୍ୟ ଚର୍ଚ୍ଚା ହେଉଛି କି ବିଧାୟକମାନଙ୍କ ମଧ୍ୟରୁ କାହାକୁ ହିଁ ମୁଖ୍ୟମନ୍ତ୍ରୀ ଆସନରେ ଭାଜପା କେନ୍ଦ୍ରୀୟ ନେତାମାନେ ବସାଇପାରନ୍ତି।

ଅନ୍ୟପଟେ ଯଦି ଭାଜପା ଶାସିତ ଅନ୍ୟ ରାଜ୍ୟ ଢାଞ୍ଚାରେ ସରକାର ଗଢାଯାଏ, ତା’ହେଲେ ଉପମୁଖ୍ୟମନ୍ତ୍ରୀ ପାଇଁ ମୋହନ ମାଝୀଙ୍କ ନାଁକୁ ନେଇ ଆଲୋଚନା ହେଉଛି। ଆଜି ଭାଜପାରର ସଂସଦୀୟ ବୋର୍ଡ ବୈଠକ ବସିବାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri