ଭି.ସୁଜ୍ଞାନ କୁମାରୀ ଦେଓ କିଏ, ଯାହାଙ୍କୁ ଭେଟିବାକୁ ଅଚାନକ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସନ୍ଧ୍ୟାରେ ସ୍ବତନ୍ତ୍ର ବିମାନ ଯୋଗେ ଚେନ୍ନାଇ ଯାଇଛନ୍ତି। ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲକୁ ଗସ୍ତ କରିଥିବା ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଉଷା ଦେବୀ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ବିଧାନସଭାରୁ ସିଧାସଳଖ ଭୁବନେଶ୍ୱର ବିମାନ ବନ୍ଦର ଅଭିମୁଖେ ଗସ୍ତ କରିଥିଲେ। ସେଠାରୁ ସା ୭ଟାରେ ଚେନ୍ନାଇ ଯାତ୍ରା କରିଛନ୍ତି । ଚେନ୍ନାଇ ବିମାନ ବନ୍ଦରରୁ ସଡ଼କ ମାର୍ଗରେ ଆପୋଲୋ ହସ୍ପିଟାଲକୁ ଯିବେ ।
ସୂଚନାଯୋଗ୍ୟ ଯେ ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ୧୦ ଥର ବିଧାୟିକା ଭାବରେ ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତ। ଖଲ୍ଲିିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri