Posted inରାଜ୍ୟ

କିଏ କରିଥିଲା ନବ ଦାସଙ୍କ ହତ୍ୟା ? ସାଂସଦ ପ୍ରଦୀପ ପୁରୋହିତଙ୍କ ବଡ଼ ଦାବି

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ ତଦନ୍ତ କରିଛନ୍ତି ଝିଅ ଦୀପାଳି ଦାସ। ଏହାରି ମଧ୍ୟରେ ବରଗଡ଼ ଲୋକସଭା ସାଂସଦ ବଡ଼ ବୟାନ ଦେଇଛନ୍ତି।

ପ୍ରଦୀପ କହିଛନ୍ତି, ”ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି। ନବୀନଙ୍କ ପରେ ମୁଖ୍ୟମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ମୁଖ୍ୟ ଷଡ଼ଯନ୍ତ୍ରକାରୀ। କିନ୍ତୁ ଦୁର୍ଭାଗ୍ୟ ସେ ସମୟରେ ନବଙ୍କ ପରିବାର ନିରବ ରହିଲେ। କ୍ଷମତା ଲୋଭ, ସଂପତ୍ତି ସୁରକ୍ଷା ପାଇଁ ତଦନ୍ତ ଠିକ୍ ହେଉଥିବା କହିଲେ। ତେଣୁ ନବ ହତ୍ୟାକାଣ୍ଡର ଅଧିକ ତଦନ୍ତ ଆବଶ୍ୟକ ଏବଂ ପରଦା ପଛର ଖଳନାୟକମାନେ ଧରାପଡ଼ିବା ଦରକାର।”

ସେପଟେ ବାପା ନବ ଦାସଙ୍କ ହତ୍ୟା ମାମଲାରେ ରବିବାର ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?