କିଏ କରିଥିଲା ନବ ଦାସଙ୍କ ହତ୍ୟା ? ସାଂସଦ ପ୍ରଦୀପ ପୁରୋହିତଙ୍କ ବଡ଼ ଦାବି

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ ତଦନ୍ତ କରିଛନ୍ତି ଝିଅ ଦୀପାଳି ଦାସ। ଏହାରି ମଧ୍ୟରେ ବରଗଡ଼ ଲୋକସଭା ସାଂସଦ ବଡ଼ ବୟାନ ଦେଇଛନ୍ତି।

ପ୍ରଦୀପ କହିଛନ୍ତି, ”ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି। ନବୀନଙ୍କ ପରେ ମୁଖ୍ୟମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ମୁଖ୍ୟ ଷଡ଼ଯନ୍ତ୍ରକାରୀ। କିନ୍ତୁ ଦୁର୍ଭାଗ୍ୟ ସେ ସମୟରେ ନବଙ୍କ ପରିବାର ନିରବ ରହିଲେ। କ୍ଷମତା ଲୋଭ, ସଂପତ୍ତି ସୁରକ୍ଷା ପାଇଁ ତଦନ୍ତ ଠିକ୍ ହେଉଥିବା କହିଲେ। ତେଣୁ ନବ ହତ୍ୟାକାଣ୍ଡର ଅଧିକ ତଦନ୍ତ ଆବଶ୍ୟକ ଏବଂ ପରଦା ପଛର ଖଳନାୟକମାନେ ଧରାପଡ଼ିବା ଦରକାର।”

ସେପଟେ ବାପା ନବ ଦାସଙ୍କ ହତ୍ୟା ମାମଲାରେ ରବିବାର ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’

Share