ଜନ୍ମମାଟିରେ ପହଞ୍ଚିଲା କୁଏଟ୍‌ରେ ପ୍ରାଣ ହରାଇଥିବା ସନ୍ତୋଷଙ୍କ ମୃତଦେହ

ପୁରୁଷୋତ୍ତମପୁର,୧୫ା୬(ସିମାଞ୍ଚଳ ମିଶ୍ର): ରାଜ୍ୟରେ କାମଧନ୍ଦା ଅଭାବରୁ ନିଜେ ବଞ୍ଚିବା ସହ ପରିବାରକୁ ବଞ୍ଚାଇବା ଲାଗି ଦାଦନ ଖଟିବାକୁ କୁଏଟ୍‌ ଯାଇଥିବା ବେଳେ ସେଠାରେ ଜଳିଯାଇ ପ୍ରାଣ ହରାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲିର ସନ୍ତୋଷ ଗୌଡ଼ (୩୫) ଶ୍ରମିକଙ୍କ ମରଶରୀର ଶନିବାର ନିଜ ଜନ୍ମ ମାଟିରେ ପହଞ୍ଚଛି l ଗତ ବୁଧବାର ମୃତ୍ୟୁ ଘଟିବାର ୪ଦିନ ପରେ ଶନିବାର ସକାଳୁ ଭୁବନେଶ୍ୱର ଏୟାରପୋର୍ଟରେ ପରିବାର ସଦସ୍ୟଙ୍କୁ ମରଶରୀର ହସ୍ତାନ୍ତର କରାଯାଇଥିଲା। ପରେ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଜନ୍ମମାଟି ରଣଝାଲିକୁ ଅଣାଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିଲା। ଅନ୍ୟପଟେ ମୃତକଙ୍କ ପରିବାର ନିକଟରେ ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ବିଭୂତି ଜେନା, ସ୍ବରାଷ୍ଟ୍ର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଆସିକା ଏମ୍‌ପି ଅନିତା ଶୁଭଦର୍ଶିନୀ, ଖଲ୍ଲିକୋଟ ବିଧାୟକ ପୂର୍ଣଚନ୍ଦ୍ର ସେଠୀ, ଅରୁଣ କୁମାର ପଣ୍ଡା, ଯଜ୍ଞନାରାୟଣ ଦାଶଙ୍କ ସମେତ ବହୁ ଭାଜପା ନେତା ପହଞ୍ଚି ସମବେଦନା ଜଣାଇଛନ୍ତି। ଏହାସହ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସହାୟତା ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ଶୋକାକୁଳ ପରିବେଶ ମଧ୍ୟରେ ସନ୍ତୋଷଙ୍କ ମର ଶରୀରକୁ ଗ୍ରାମ ପରିକ୍ରମା କରାଯାଇ ପବିତ୍ର ଋଷିକୂଲ୍ୟା କୂଳରେ ସତ୍କାର କରାଯାଇଛି। ଏହି ସମୟରେ ପୁରୁଷୋତ୍ତମରୁର ବିଡିଓ ମନୋଜ କୁମାର ପଟ୍ଟନାୟକ,ଏସ୍‌ଡିପିଓ ରଜନୀକାନ୍ତ ସାମଲ, ତହସିଲଦାର ଲୋପାମୁଦ୍ରା ରଥ, ଜିଲା ସହକାରୀ ଶ୍ରମଅଧିକାରୀ ରଶ୍ମୀରେଖା ପଣ୍ଡା ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri