ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ କରିଛି। ଗୋବିନ୍ଦପୁର ଥାନା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ତାଙ୍କ ଘରୁ ଗିରଫ କରିଥିଲା। ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ମୂକ ବଧିର ନାବାଳିକା ବଳାତ୍କାରର ଶିକାର ହେବା ପରେ ଗର୍ଭବତୀ ହୋଇଥିଲେ। ପୀଡିତାଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଗୋବିନ୍ଦପୁର ମେଡ଼ିକାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା। ହେଲେ ନାବାଳିକା ଜଣକ ଗର୍ଭବତୀ ଥିବା ଜଣାପଡିବା ପରେ ତାଙ୍କ ମା’ ଥାନାରେ ଫେବୃଆରୀରେ ରିପୋର୍ଟ କରିଥିଲେ। ସେତେବେଳେ ପୋଲିସ ପୋକ୍‌ସୋ ଦଫାରେ ନଂ.୧୭/୨୬ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ପରବର୍ତ୍ତୀ ସମୟରେ ପୀଡିତା ଜଣକ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ପୀଡ଼ିତା ଜଣକ ମୂକ ହୋଇଥିବାରୁ ତାଙ୍କ ବଡ଼ ବାପାଙ୍କ ସମେତ ଅଞ୍ଚଳର ମୋଟ ୭ ଜଣଙ୍କ ରକ୍ତ ନମୁନା ସଂଗ୍ରହ କରି ଡିଏନଏ ଟେଷ୍ଟ ପାଇଁ ପଠାଯାଇଥିଲା। ଇତି ମଧ୍ୟରେ ଡିଏନଏ ଟେଷ୍ଟ ରିପୋର୍ଟ ଆସିବା ପରେ ଘଟଣାର ପର୍ଦ୍ଦାଫାସ ହୋଇଛି। ଘଟଣାରେ ନିଜେ ଜଡ଼ିତ ଥିବା ଅଭିଯୁକ୍ତ ଜଣକ ପୋଲିସ ଆଗରେ ସ୍ବୀକାର କରିଥିବା ଆଇଆଇସି ପଦ୍ମାଳୟା ସାହୁ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri