Posted inଜାତୀୟ

ମନ୍ଦିରର ମାଲିକ କିଏ, ଭଗବାନ ନା ପୁରୋହିତ, ଏସ୍‌ସିଙ୍କ ଫଇସଲା…

ନୂଆଦିଲ୍ଲୀ,୭।୯: ମନ୍ଦିରରେ ପ୍ରତିଷ୍ଠିତ ଦେବତା ହେଉଛନ୍ତି ମନ୍ଦିର ସହିତ ସଂଲଗ୍ନ ହୋଇଥିବା ଜମିର ମାଲିକ। ପୁରୋହିତ କେବଳ ପୂଜା କରିବା ଏବଂ ଦେବତାଙ୍କର ସମ୍ପତ୍ତିର ଜଗାରଖା ପାଇଁ ନିୟୋଜିତ ଅଛନ୍ତି। ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ମନ୍ଦିର ସମ୍ପତ୍ତି ସମ୍ବନ୍ଧୀୟ ରାଜସ୍ବ ରେକର୍ଡରୁ ପୁରୋହିତଙ୍କ ନାମ ହଟାଇବା ସହିତ ଜାରି ହୋଇଥିବା ସର୍କୁଲାରକୁ ସମର୍ଥନ କରି ସୁପ୍ରିମକୋର୍ଟ ଏହି ରାୟ(ଏସ୍‌ସି) ଦେଇଛନ୍ତି।

ପୂର୍ବରୁ ମଧ୍ୟପ୍ରଦେଶ ଜମି ରାଜସ୍ବ ସଂହିତା-୧୯୫୯ର ଏହି ସର୍କୁଲାରକୁ ରାଜ୍ୟ ହାଇକୋର୍ଟଙ୍କ ଦ୍ୱାରା ରଦ୍ଦ କରାଯାଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି ଦର୍ଶାଯାଇଥିଲା ଯେ, ପୁରୋହିତଙ୍କ ଦ୍ୱାରା ହେଉଥିବା ବେଆଇନ ଜମି ବିକ୍ରୟରୁ ମନ୍ଦିର ସମ୍ପତ୍ତିର ସୁରକ୍ଷା ପାଇଁ ଏଭଳି କାର୍ଯ୍ୟକାରୀ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ପୁରୋହିତମାନେ ଯୁକ୍ତି କରିଥିଲେ ଯେ ସେମାନଙ୍କୁ ଭୂମିସ୍ବାମୀ (ମାଲିକାନା) ଅଧିକାର ଦିଆଯାଇଛି ଏବଂ କାର୍ଯ୍ୟକାରୀ ନିର୍ଦ୍ଦେଶ ଅନୁଯାୟୀ ସେମାନଙ୍କଠାରୁ ଏସବୁ ସମ୍ପତ୍ତି ଫେରାଇ ନିଆଯାଇପାରିବ ନାହିଁ।

ଜଷ୍ଟିସ ହେମନ୍ତ ଗୁପ୍ତା ଏବଂ ଜଷ୍ଟିସ ଏ.ଏମ୍‌. ବୋପନ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଅଯୋଧ୍ୟାରେ ରାମ ମନ୍ଦିର ଉପରେ ହୋଇଥିବା ରାୟ ସମେତ ପୂର୍ବ କୋର୍ଟେ ବିଚାର ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ପୁରୋହିତ ଜଣେ ମୌରୁସି କାସ୍ତକାର ନୁହଁନ୍ତି। ଅର୍ଥାତ୍‌ ସେ ଜମିର ମାଲିକ କିମ୍ବା ସରକାରୀ ଲିଜଧାରୀ କିମ୍ବା ଜମିର ଜଣେ ସାଧାରଣ ମାଲିକ ନୁହଁନ୍ତି। ବରଂ ଏହାକୁ ପରିଚାଳନା ଉଦ୍ଦେଶ୍ୟରେ ରାଜସ୍ବ ବିଭାଗ ଦ୍ୱାରା ତାଙ୍କୁ ନିଯୁକ୍ତ କରାଯାଇଛି। ପୁରୋହିତ କେବଳ ଦେବତାଙ୍କର ସମ୍ପତ୍ତି ପରିଚାଳନା ପାଇଁ  ଅନୁଦାନକର୍ତ୍ତା।

ଯଦି ପୁରୋହିତ ପୂଜା କରିବା ଏବଂ ଜମି ପରିଚାଳନା କରିବା ଇତ୍ୟାଦି ତାଙ୍କୁ ଦିଆଯାଇଥିବା କାର୍ଯ୍ୟ କରିବାରେ ବିଫଳ ହୁଅନ୍ତି, ତେବେ ଏପରିସ୍ଥଳେ ଅନୁଦାନକର୍ତ୍ତାଙ୍କୁ ବଦଳାଯାଇପାରିବ ବୋଲି ଶୀର୍ଷ କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri