କେଉଁମାନଙ୍କୁ କରୋନା ଟିକା ନେବା ମନା…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଏବଂ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ କୋଭିଶିଲ୍ଡ ଟିକାଦାନ ଭାରତରେ କରାଯାଉଛି। ତେବେ କେଉଁମାନେ ଟିକା ନେଇ ପାରିବେ ଏବଂ କେଉଁମାନଙ୍କୁ ଟିକାଦାନ କରାଯାଇ ପାରିବ ନାହିଁ ସେ ନେଇ ଭାରତ ବାୟୋଟେକ୍‌ ଏବଂ ସେରମ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଯେଉଁମାନଙ୍କ ଶରୀରରେ କୋଭାକ୍ସିନ୍‌ ଅବା କୋଭିଶିଲ୍ଡରେ ଥିବା ଇନଗ୍ରେଡିଏଣ୍ଟ୍‌ ଆଲର୍ଜି ସୃଷ୍ଟି କରିବାର ଆଶଙ୍କା ରହିଛି ସେମାନଙ୍କୁ ଟିକାଦାନ କରାଯିବ ନାହିଁ। ଯଦି ଟିକାର ପ୍ରଥମ ଡୋଜ୍‌ ନେବା ପରେ ଏଭଳି କିଛି ଆଲର୍ଜି ସମସ୍ୟା ଦେଖାଦେଇଛି ତେବେ ଦ୍ୱିତୀୟ ଡୋଜ୍‌ ନେବା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ଆବଶ୍ୟକ। ସେହିପରି ଗୋଟିଏ ପ୍ରକାର ଟିକାର ପ୍ରଥମ ଡୋଜ୍‌ ନେଇଥିବା ବ୍ୟକ୍ତି ଦ୍ୱିତୀୟ ଡୋଜ୍‌ ଅନ୍ୟ କୌଣସି ଟିକା ନେବା ଉଚିତ ନୁହେଁ। ଗର୍ଭବତୀ ମହିଳା କିମ୍ବା ଛୋଟ ପିଲାଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଟିକା ନେବା ପୂର୍ବରୁ ଅଭିଜ୍ଞ ଚିକିତ୍ସକଙ୍କ ପରାମର୍ଶ ଗ୍ରହଣ କରିବା ଆବଶ୍ୟକ। ସେହିପରି ଛୋଟ ପିଲାଙ୍କୁ ମଧ୍ୟ ଟିକା ଦିଆଯିିବ ନାହିଁ। ଟିକା ନେବା ପରେ ନେଇଥିବା ସ୍ଥାନ ଫୁଲି ଯିବା, ଯନ୍ତ୍ରଣା ହେବା, ଲାଲ୍‌ ପଡ଼ିଯିବା ଆଦି ସାଧାରଣ ପାର୍ଶ୍ୱପ୍ରତିକ୍ରିୟା ସୃଷ୍ଟି ହୋଇଥାଏ। ସେହିପରି କାନ୍ଧ ଭାରି ଲାଗିବା, ଦୁର୍ବଳ ଲାଗିବା, ମୁଣ୍ଡ ବିନ୍ଧିବା, ଜ୍ୱର, ଅସ୍ତବ୍ୟସ୍ତ ଲାଗିବା, ବାନ୍ତି ହେବା ଆଦି ଲକ୍ଷଣ ମଧ୍ୟ କେତେକଙ୍କଠାରେ ଦେଖାଦେବା ସ୍ବାଭାବିକ ବୋଲି ମାର୍ଗଦର୍ଶିକାରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri