ଉହାନ ଲ୍ୟାବରୁ ଆସିନାହିଁ କରୋନା!

ଜେନେଭା,୧୩ ।୩: କରୋନା ମହାମାରୀର ଉତ୍ପତ୍ତିକୁ ନେଇ ଏବେବି ସନ୍ଦେହ ଜାରି ରହିଛି । ତେବେ କରୋନା ଭାଇରସ ଚାଇନାର ଉହାନ ଲ୍ୟାବରୁ ଆସିଥିବା କୁହାଯାଉଥିବା ବେଳେ ନିକଟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର କେତେଜଣ ବିଶେଷଜ୍ଞ ଏହାର ସତ୍ୟାସତ୍ୟ ଜାଣିବାକୁ ଚାଇନା ଗସ୍ତ କରିଥିଲେ । ହେଲେ ଏବେ ଏମାନେ ଦାବି କରିଛନ୍ତି ଯେ ଚାଇନାର ଉହାନ ଲ୍ୟାବରୁ କରୋନା ମହାମାରୀ ଆସିନାହିଁ । ଏହା ପଛର ସବୁଠାରୁ ବଡ କାରଣ ହେଉଛି ବନ୍ୟଜୀବ ବ୍ୟବସାୟ । ଚୌତମ ହାଉସ ଥିଙ୍କ-ଟେକର ଏକ ଭର୍ଚୁଆଲ ଇଭେଣ୍ଟରେ ବିଶେଷଜ୍ଞମାନେ କହିଛନ୍ତି ସେମାନଙ୍କୁ ଉହାନର ମାଂସ ବଜାର ଓ ଦକ୍ଷିଣ ଚାଇନାର ପଡୋଶୀ ଅଞ୍ଚଳ ମଧ୍ୟରେ ଏକ ଲିଙ୍କ ମିଳିଛି । ସୂଚନାଯୋଗ୍ୟ, ପ୍ରଥମଥର ଲୋକେ ଏହି ମାଂସ ବଜାରରେ କରୋନା ସଂକ୍ରମଣର ଶିକାର ହୋଇଥିଲେ । ଆଉ ଦକ୍ଷିଣ ଚାଇନାର ପଡୋଶୀ ଅଞ୍ଚଳରେ ବାଦୁଡିଠାରେ କରୋନା ସଂକ୍ରମଣ ମିଳିଥିବା କୁହାଯାଇଥିଲା । ତେଣୁ ଡବ୍ଲୁଏଚ୍‌ଓ ବିଶେଷଜ୍ଞଙ୍କ କହିବା କଥା ହେଲା ଏହା ଉହାନ ଲ୍ୟାବରୁ ନୁହେଁ ବରଂ ବନ୍ୟଜୀବଙ୍କଠାରୁ ବ୍ୟାପିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri