Posted inଅପରାଧ

ହ୍ବାଟସ୍‌ଆପ୍‌ରେ ୫୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ଅଶୀଳ ଭିଡିଓ ପଠାଇଥିବା ବ୍ୟକ୍ତି ଗିରଫ

ଗାଜିଆବାଦ, ୭।୯: ଗାଜିଆବାଦ ପୋଲିସ ଏଭଳି ଜଣେ ବ୍ୟକ୍ତିଙ୍କୁ ଗିରଫ କରିବାରେ ସଫଳ ହୋଇଛି, ଯିଏକି ମହିଳାଙ୍କୁ ଅଶୀଳ ଭିଡିଓ ପଠାଉଥିଲା। କୁହାଯାଉଛି କି, ଏହି ଯୁବକଜଣଙ୍କ ବର୍ତ୍ତମାନ ସୁଦ୍ଧା ୫୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ହ୍ବାଟସ୍‌ଆପ୍‌ରେ ଅଶୀଳ ଭିଡିଓ ପଠାଇ ସାରିଛି। ସେହିଭଳି ଅନେକ ମହିଳାଙ୍କୁ ସେ ଭିଡିଓ କଲ୍‌ କରି ଶାରିରୀକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିବା ଅଭିଯୋଗ ମଧ୍ୟ ଏହି ବ୍ୟକ୍ତିଙ୍କ ନାମରେ ରହିଛି। ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ, ଏହି ବ୍ୟକ୍ତିଜଣଙ୍କ ଏକ ସ୍ବତନ୍ତ୍ର ମୋବାଇଲ୍‌ ଆପ୍ଲିକେଶନ ବ୍ୟବହାର କରୁଥିଲେ ଯାହା ଦ୍ୱାରା ଡିସ୍‌ପ୍ଲେରେ ମଧ୍ୟ ନମ୍ବର ବଦଳି ଯାଉଥିଲା। ଗାଜିଆବାଦ ସିଓ ଅଭୟ କୁମାର କହିଛନ୍ତି, ଅନେକ ଦିନ ଧରି ଅଭିଯୋଗ ଆସୁଥିଲା କି ଗୋଟିଏ ନମ୍ବରରୁ ବହୁ ମହିଳାଙ୍କୁ ହଇରାଣ କରାଯାଉଛି। ପ୍ରଥମେ ଅଶୀଳ ଭିଡିଓ ପଠାଇବା ପରେ ଭିଡିଓ କଲ୍‌ କରି ଶାରିରୀକ ସମ୍ପର୍କ ରଖିବାକୁ ବାଧ୍ୟ କରାଯାଉଥିଲା। ଅଭିଯୋଗ ଆସିବା ପରେ ପୋଲିସ ନମ୍ବରକୁ ଟ୍ରାକ୍‌ କରିବାକୁ ଚେଷ୍ଟା କରିଥିଲା। ଶେଷରେ ଅନୁସନ୍ଧାନରୁ ଜଣାପଡ଼ିଲା ଯେ, ଏହି ନମ୍ବରଟି ହରିୟାଣାର। ପୋଲିସ ଏହାପରେ ତଦନ୍ତକୁ ଜୋର୍‌ଦାର କରି ଶେଷରେ ରୋହତକ୍‌ରୁ ସେହି ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଯୁବକଜଣଙ୍କ ୫୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ଅଶୀଳ ଭିଡିଓ ପଠାଇବା ସହ ଭିଡିଓ କଲ୍‌ କରି ଶାରିରୀକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri