ମଙ୍କିପକ୍ସ ପାଇଁ ଦାୟୀ ନୁହେଁ ମାଙ୍କଡ, ଦୟାକରି ମାରନ୍ତୁ ନାହିଁ: ଡବ୍ଲୁଏଚ୍‌ଓ

ଜେନେଭା,୧୨।୮: ବିଶ୍ୱର ଅନେକ ଦେଶରେ ମଙ୍କିପକ୍ସ ସଂକ୍ରମଣ ବୃଦ୍ଧି ପାଇଛି। ମଙ୍କିପକ୍ସ ପାଇଁ ମାଙ୍କଡ ଦାୟୀ ଭାବି ଅନେକ ଦେଶରେ ମାଙ୍କଡ ମାରିଦେଉଛନ୍ତି। କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ପକ୍ଷରୁ ମଙ୍କିପକ୍ସ ପାଇଁ ମାଙ୍କଡ ଦାୟୀ ନୁହେଁ ବୋଲି କୁହାଯାଇଛି। ବ୍ରାଜିଲରେ ମାଙ୍କଡ ଉପରେ ବଢୁଥିବା ଆକ୍ରମଣ ପରେ ଡବ୍ଲୁଏଚ୍‌ଓ ଏହି ସ୍ପଷ୍ଟୀକରଣ ଦେବାକୁ ପଡିଛି। ବ୍ରାଜିଲ ବର୍ତ୍ତମାନ ମଙ୍କିପକ୍ସ ଦ୍ୱାରା ଅଧିକ ପ୍ରଭାବିତ ହୋଇଥିବା ଦେଶ ମଧ୍ୟରୁ ଗୋଟିଏ। ଏଠାରେ ମଙ୍କିପକ୍ସରେ ଜଣେ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ମଙ୍କିପକ୍ସ କାରଣରୁ ସ୍ପେନ ଏବଂ ଭାରତରେ ମଧ୍ୟ ଜଣେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି।
ଡବ୍ଲୁଏଚ୍‌ଓର ମୁଖପାତ୍ର ମାର୍ଗେଟ ହାରିସ ଜେନେଭାରେ କହିଛନ୍ତି, ଏହି ରୋଗ ବ୍ୟାପିବା ପାଇଁ ମାଙ୍କଡମାନଙ୍କୁ ଦାୟୀ କରାଯାଇପାରିବ ନାହିଁ। ଲୋକମାନେ ଜାଣିବା ଆବଶ୍ୟକ ଯେ ମଙ୍କିପକ୍ସ ଭାଇରସ୍‌ ପଶୁଙ୍କଠାରୁ ମଣିଷଙ୍କ ପର୍ଯ୍ୟନ୍ତ ବ୍ୟାପିଥାଏ କିନ୍ତୁ ଏବେ ମଙ୍କିପକ୍ସ କେବଳ ମଣିଷରୁ ମଣିଷ ବ୍ୟାପୁଛି। ତେଣୁ ମାଙ୍କଡକୁ ମାରିବାର କୌଣସି ଯଥାର୍ଥତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri