ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ ବିଭିନ୍ନ ତଥ୍ୟ ଚାଇନା ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ଡବ୍ଲ୍ୟୁଏଚ୍‌ଓର ପରାମର୍ଶଦାତା ବୋର୍ଡ ସଦସ୍ୟ ଜେମି ମେଟଜଲ ଏନେଇ ସୂଚନା ଦେଇଛନ୍ତି। ଚାଇନାର ସରକାର ଜାଣିଶୁଣି ନମୁନା ନଷ୍ଟ କରୁଛନ୍ତି। ଏହା ସହିତ ଗୁରୁତ୍ୱପୂର୍ଣ୍ଣ ରେକର୍ଡକୁ ଲୁଚାଇବା ଆରମ୍ଭ କରିଥିବା ସେ କହିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କରୋନା ଭୂତାଣୁର ସୃଷ୍ଟି ସମ୍ପର୍କିତ ତଥ୍ୟ ୯୦ ଦିନ ମଧ୍ୟରେ ଲୋଡ଼ିବା ନେଇ ଘୋଷଣା କରିବା ପରେ ଚାଇନା ସତ୍ୟ ପ୍ରଘଟ ହେବା ଭୟରେ ଏଭଳି କରୁଥିବା ଅନୁମାନ କରାଯାଉଛି। ସତ୍ୟକୁ ଲୁଚାଇବା ପାଇଁ ଚାଇନା ନିଜ ବୈଜ୍ଞାନିକଙ୍କୁ ତାଗିଦ୍‌ କରିବା ସହିତ କରୋନା ଭୂତାଣୁ ସୃଷ୍ଟି ସମ୍ପର୍କରେ ପ୍ରଶ୍ନ କରୁଥିବା ଗଣମାଧ୍ୟମ ପ୍ରତିନିଧି ଏବଂ ସାଧାରଣ ଲୋକଙ୍କୁ ବଳର୍ପୂବକ ଜେଲ୍‌ରେ ରଖୁଥିବା ଅଭିଯୋଗ ହେଉଥିବା ଜେମି ମେଟଜଲ କହିଛନ୍ତି। ଚାଇନା ଆସନ୍ତା ୫ ବର୍ଷ ମଧ୍ୟରେ ଦେଶରେ କେତେକ ଜୈବ ସୁରକ୍ଷା ପ୍ରୟୋଗଶାଳା ପ୍ରତିଷ୍ଠାର ଯୋଜନା କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri