ଆକ୍ସନ ମୁଡ୍‌ରେ ଡବ୍ଲୁଏଚ୍‌ଓ!

ବେଜିଂ,୩୦ ।୧: କରୋନା ମହାମାରୀ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଏବେ ଏହାକୁ ନେଇ ଖୋଳତାଡ ଆରମ୍ଭ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) । ଏହି ମହାମାରୀ ପ୍ରଥମେ ଚାଇନାରେ ୨୦୧୯ରେ ଦେଖାଦେଇଥିବା ବେଳେ ୨୦୨୦ ସୁଦ୍ଧା ଏହା ସାରା ବିଶ୍ୱକୁ ବ୍ୟାପି ଯାଇଥିଲା । ଫଳରେ କୋଟି କୋଟି ଲୋକ ଏଥିରେ ପୀଡି଼ତ ହେବା ସହ ପ୍ରାଣ ବି ହାରାଇଥିଲେ । କିନ୍ତୁ ଏହି ମହାମାରୀରକୁ ନେଇ ଏବେବି ଗବେଷଣା ଜାରି ରହିଛି । କାରଣ ଏପର୍ଯ୍ୟନ୍ତ ଏହାର ସଠିକ୍ ଚିକିତ୍ସା ପଦ୍ଧତି ମିଳିପାରି ନାହିଁ । ନିକଟରେ ଡବ୍ଲୁଏଚ୍‌ଓର ଏକ ଟିମ୍ ଚାଇନା ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ ସେମାନେ ଚାଇନାର ସୂଚନା ଅନୁଯାୟୀ, ଯେଉଁ ହସ୍ପିଟାଲରେ ପ୍ରଥମ କରୋନା ରୋଗୀଙ୍କ ଚିକିତ୍ସା କରାଯାଇଥିଲା ସେଠାରେ ପହଞ୍ଚିଛନ୍ତି ଓ ପଚରା ଉଚରା କରିଛନ୍ତି । ଏଥିରୁ ଅନୁମାନ କରାଯାଉଛି ହୁଏତ ଡବ୍ଲୁଏଚ୍‌ଓ କରୋନା ଭାଇରସ ସମ୍ପର୍କରେ କିଛି ନୂଆ ତଥ୍ୟ ପାଇପାରେ । ସୂଚନାଯୋଗ୍ୟ, ୨୦୧୯ ଡିସେମ୍ବର ୨୭ରେ କରୋନା ଭାଇରସରେ ପୀଡ଼ିତ ପ୍ରଥମ ରୋଗୀଙ୍କ ଚିକିତ୍ସା ଚାଇନାର ଉହାନରେ ଥିବା ‘ହୁବଇ ପ୍ରୋଭିନସିକାଲ ହସ୍ପିଟାଲ ଅଫ୍ ଇଣ୍ଟିଗ୍ରେଟେଡ ଚାଇନିଜ ଆଣ୍ଡ ୱେଷ୍ଟର୍ଣ୍ଣ ମେଡିସିନ’ରେ କରାଯାଇଥିଲା । ପ୍ରଥମେ ପ୍ରଥମେ କରୋନା ଯାଞ୍ଚ ଲାଗି ଚାଇନା ଅନୁମତି ଦେଉ ନ ଥିବା ବେଳେ ଏବେ ଡବ୍ଲୁଏଚ୍‌ଓ ଏହି ଭାଇରସକୁ ନେଇ ଚାଇନାରେ ଯେଉଁ ଅନୁସନ୍ଧାନ ଆରମ୍ଭ କରିଛି ଏଥିରୁ କିଛି ଲାଭ ମିଳିପାରେ ବୋଲି ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri