ଭାରତର ୨କଫ୍‌ ସିରପ୍‌କୁ ନେଇ ସତର୍କ କରାଇଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୨।୧: କଫ୍‌ ସିରପ୍‌ରେ ଉପଯୁକ୍ତ ପରିମାଣର ଡାଇଇଥିଲନ୍‌ ଗ୍ଲାଇକୋଲ ନ ଥିବା ଯୋଗୁ ଭାରତ ନିର୍ମିତ ଦୁଇ କଫ୍‌ ସିରପ୍‌ ଛୋଟ ପିଲାଙ୍କୁ ନ ଦେବାକୁ ଓ୍ବାଲର୍‌ଡ ହେଲ୍‌ଥ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏଚ୍‌ଓ) ସତର୍କ କରିଛି। ଉଜ୍‌ବେକିସ୍ତାନରେ କଫ୍‌ ସିରପ୍‌ ପିଇ ୧୯ ପିଲାଙ୍କ ମୃତ୍ୟୁ ଘଟଣାରେ ନୋଏଡାର ଫାର୍ମା କମ୍ପାନୀ ମାରିଓନ୍‌ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ଏମ୍ବ୍ରୋନୋଲ ଏବଂ ଡୋକ୍‌-୧ କଫ୍‌ ସିରପ୍‌କୁ ଡବ୍ଲ୍ୟୁଏଚ୍‌ଓ ଦାୟୀ କରିଛି। ଭାରତ ନିର୍ମିତ କଫ୍‌ ସିରପ୍‌ ପିଇବା ଯୋଗୁ ୧୯ ଶିଶୁଙ୍କ ମୃତ୍ୟୁ ଘଟିଥିବା ଉଜ୍‌ବେକିସ୍ତାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗତ ଡିସେମ୍ବରରେ କୁହାଯାଇଥିଲା। ଘଟଣା ସମ୍ପର୍କରେ ଡବ୍ଲ୍ୟୁଏଚ୍‌ଓ ଯାଞ୍ଚ ଆରମ୍ଭ କରିଥିଲା। ତେବେ ଲାବ୍ରୋଟୋରି ଟେଷ୍ଟ ପରେ ଉକ୍ତ କଫ୍‌ ସିରପ୍‌ରେ ବିଭିନ୍ନ ଉପାଦାନର ମାତ୍ରା ଠିକ୍‌ ପରିମାଣରେ ନ ଥିବା ଡବ୍ଲ୍ୟୁଏଚ୍‌ଓ ଜାଣିବାକୁ ପାଇଥିବା ନିଜ ଓ୍ବେବ୍‌ସାଇଟ୍‌ରେ ଉଲ୍ଲେଖ କରିଛି। ଉଜ୍‌ବେକିସ୍ତାନ ଛଡ଼ା ଅନ୍ୟ ଦେଶର ଲୋକେ ମଧ୍ୟ ମାରିଓନ୍‌ ବାୟୋଟେକ୍‌ର ଉକ୍ତ କଫ୍‌ ସିରପ୍‌ ଶିଶୁଙ୍କ କ୍ଷେତ୍ରରେ ବ୍ୟବହାର ନ କରିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପରାମର୍ଶ ଦେଇଛି। ଅନ୍ୟପକ୍ଷେ ଏହି କଫ୍‌ ସିରପ୍‌ ସେବନ ଦ୍ୱାରା ଛୋଟ ପିଲାଙ୍କ ସ୍ବସ୍ଥ୍ୟାବସ୍ଥା ବିଗିଡ଼ିଯିବାର ଆଶଙ୍କା ଥିବା ଜାତିସଂଘ ସ୍ବାସ୍ଥ୍ୟ ଏଜେନ୍ସି କହିଛି। ଏ ନେଇ ଉତ୍ତର ପ୍ରଦେଶ ଖାଦ୍ୟ ସୁରକ୍ଷା ଏବଂ ଔଷଧ ପ୍ରବନ୍ଧନ ମାରିଓନ୍‌ ବାୟୋଟେକ୍‌ର ପ୍ରଡକ୍ସନ ଲାଇସେନ୍ସକୁ ରଦ୍ଦ କରିଛି। କମ୍ପାନୀ ଯାଞ୍ଚ ଅଧିକାରୀଙ୍କୁ ଉପଯୁକ୍ତ ତଥ୍ୟ ନ ଦେବା ସହ କାରଣ ଦର୍ଶାଅ ନୋଟିସ୍‌ର ଉତ୍ତର ନ ଦେବାରୁ ପ୍ରବନ୍ଧନ ପକ୍ଷରୁ ଏ ପ୍ରକାର କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?