ଡବ୍ଲ୍ୟୁଏଚ୍‌ଓର ସତର୍କ ସୂଚନା, ଭାରତକୁ କରୋନା ନେଇ ଚେତାବନୀ…

ଜେନେଭା/ନୂଆଦିଲ୍ଲୀ,୧୭।୩ : ଗତ ଦୁଇ ବର୍ଷ ଧରି କରୋନା ମହାମାରୀ ସମଗ୍ର ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଅବଶ୍ୟ, ଗତ କିଛି ସପ୍ତାହ ଧରି ଭାତରରେ କରୋନା ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି। କିନ୍ତୁ ବର୍ତ୍ତମାନ ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦ୍ୱାରା ଏକ ବଡ଼ ଚେତାବନୀ ଦିଆଯାଇଛି। ଡବ୍ଲ୍ୟୁଏଚ୍‌ଓ ପୃଥିବୀର ବିଭିନ୍ନ ଦେଶକୁ ଚେତାବନୀ ଦେଇ କହିଛି ଯେ ଆଗାମୀ ଦିନରେ କରୋନା ଏକ ବଡ ଲମ୍ଫ ଦେବାର ଆଶଙ୍କା ରହିଛି।

ନ୍ୟୁଜ୍‌ ଏଜେନ୍ସି ଆଇଏଏନଏସ୍‌ ଅନୁଯାୟୀ, ଡବ୍ଲ୍ୟୁଏଚ୍‌ଓ କହିଛି ଯେ ପୃଥିବୀରେ ପୁଣି କରୋନା ମାମଲା ବୃଦ୍ଧି ପାଇପାରେ। ଏହାର କାରଣ ହେଉଛି କରୋନା ପରୀକ୍ଷା କ୍ରମାଗତ ଭାବେ ହ୍ରାସ ପାଉଛି ଏବଂ ଗତ କିଛି ସପ୍ତାହ ଧରି କମ ମାମଲା ପଞ୍ଜିକୃତ ହେଉଛି। ଏହା ବ୍ୟତୀତ କେଉଁ ଦେଶରେ ସର୍ବାଧିକ ସଂଖ୍ୟକ ମାମଲା ରହିବାର ଆଶଙ୍କା ରହିଛି ସେନେଇ ଡବ୍ଲ୍ୟୁଏଚ୍‌ଓ ଚେତାବନୀ ଦେଇଛି।

ଡବ୍ଲ୍ୟୁଏଚ୍‌ଓ ଅନୁଯାୟୀ, ଏସିଆର ବହୁ ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇପାରେ। ଯାହା ଏବେ କିଛି ଦେଶରେ ବୃଦ୍ଧି ପାଇବାରେ ଲାଗିଛି । ଡବ୍ଲ୍ୟୁଏଚ୍‌ଓର ଚେତାବନୀ ଏପରି ଏକ ସମୟରେ ଆସିଛି ଯେତେବେଳେ ଚାଇନାରେ କରୋନା ମାମଲା ଦ୍ରୁତ ଗତିରେ ବଢୁୁଛି। କରୋନା ପୁଣିଥରେ ଚାଇନାରେ ସମସ୍ତଙ୍କୁ ଅସୁବିଧାରେ ପକାଇଛି। ଫଳରେ ୧୩ ଟି ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଠାରେ ଓମିକ୍ରନର ସବ-ଭାରିଆଣ୍ଟ ବିଏ.୨ ର ମାମଲା ପଞ୍ଜିକୃତ ହେଉଛି। ଯଦିଓ ଏହା ମାରାତ୍ମକ ବୋଲି ବିବେଚନା କରାଯାଇ ନାହିଁ। କିନ୍ତୁ ଏହା ଦ୍ରୁତ ଗତିରେ ବ୍ୟାପିଥାଏ। ଚାଇନା ବ୍ୟତୀତ ଅନ୍ୟ କେତେକ ଦେଶରେ ମଧ୍ୟ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି।

ପୃଥିବୀର ସମସ୍ତ ଦେଶରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଲାଗି ମଧ୍ୟ ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦାବି ହେଉଛି ଯେ ଜୁନ ସୁଦ୍ଧା ଚତୁର୍ଥ ଲହରର ପ୍ରଭାବ ଭାରତରେ ଦେଖିବାକୁ ମିଳିବ। ସେଥିପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କରୋନା ସମ୍ବନ୍ଧରେ ନିରନ୍ତର ସମୀକ୍ଷା ବୈଠକ କରାଯାଉଛି। ଏହା ସହିତ କରୋନା ସ୍ଥିତି ଉପରେ ନଜର ରଖିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅବଶ୍ୟ, ବର୍ତ୍ତମାନ ସମୟରେ ଦେଶରେ କରୋନା ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି ଏବଂ ଏହା ଉପରେ ଲାଗିଥିବା ପ୍ରତିବନ୍ଧକ ମଧ୍ୟ ହଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri